ଏମ୍‌ସିଏଲ୍‌ କୋଇଲା ଖଣି ଜଳାର୍ଣ୍ଣବ : ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ,୫ା୭: ଝାରସୁଗୁଡ଼ା ଜିଲାରେ ମୌସୁମୀ ବର୍ଷା ୧ ସପ୍ତାହ ହେଲା ଆରମ୍ଭ ହୋଇଛି। ଏପରିକି ବର୍ଷାଜଳ ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ର ବେଲପାହାଡ଼ ଖୋଲାମୁହଁ କୋଇଲାଖଣି ୧ନଂ କ୍ୱାରୀରେ ପ୍ରବେଶ କରିଛି। ଫଳରେ ଖଣି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ଏଥିଯୋଗୁ କୋଇଲା ଉତ୍ପାଦନ ବାଧାପ୍ରାପ୍ତ ହୋଇଛି।
ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ସମ୍ପ୍ରସାରଣ ପାଇଁ ଯୋରାବଗା, ଦର୍ଲିପାଲି ଆଦି ବିସ୍ଥାପିତ ଗ୍ରାମ ପ୍ରତିବନ୍ଧକ ସାଜିଥିବା ବେଳେ ଏହାର ସମାଧାନ ହୋଇପାରୁନାହିଁ। ଫଳରେ କର୍ତ୍ତୃପକ୍ଷ କମ୍‌ ଜାଗାରେ ଖଣି ଖନନ କରି କୋଇଲା ଉତ୍ତୋଳନ କରୁଛନ୍ତି। ଗତ ୧ମାସ ହେଲା ଦର୍ଲିପାଲି ଗ୍ରାମ ନିକଟ ଲିଲାରୀ ଯୋର ନିକଟରେ ଖଣି ଖନନ କରାଯାଇ କୋଇଲା ଉତ୍ତୋଳନ ଚାଲିଥିଲା। ରବିବାର ରାତିରେ ପ୍ରବଳ ବର୍ଷା ହେବା ଫଳରେ ଉପର ମୁଣ୍ଡରୁ ଲିଲାରୀ ନାଳ ପାଣି ଆସି ସିଧାସଳଖ କୋଇଲା ଖଣିରେ ପ୍ରବେଶ କରିଛି। ଏହାଦେଖି କର୍ତ୍ତୃପକ୍ଷ ଖଣି ଭିତରେ ଥିବା ବଡ ବଡ ମେଶିନକୁ ବାହାରକୁ ନେଇଆସିଛନ୍ତି। ଖଣି ଅଞ୍ଚଳ ସମ୍ପୂର୍ଣ୍ଣ ବର୍ଷାଜଳରେ ଭରିରହିଥିବାରୁ କୋଇଲା ଉତ୍ତୋଳନ ହୋଇପାରୁନାହିଁ। ଏ ନେଇ ବେଲପାହାଡ ଖୋଲାମୁହଁ କୋଇଲା ଖଣି ପ୍ରକଳ୍ପ ଅଧିକାରୀ ସତ୍ୟଭୂଷଣ ବାରିକ କହିଛନ୍ତି, ବର୍ଷାଜଳ ଭରିଯାଇଥିବାରୁ ଖଣି କାର୍ଯ୍ୟ ଚାଲୁ ନ ଥିଲା ା ଖଣି ଭିତରେ ପ୍ରବେଶ କରିଥିବା ବର୍ଷାଜଳକୁ ପମ୍ପ୍‌ ସାହାଯ୍ୟରେ ବାହାର କରି ପୁଣି ପୂର୍ବଭଳି ଖଣି କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri