ପାହାଡ଼ରୁ ମାଡ଼ି ଆସିଲା ବର୍ଷା ପାଣି, ଧସିଲା ପଥର, ଭାସିଗଲା ଘର

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେସି ଗ୍ରାମରେ ଏକ ବଡ଼ଧରଣର ବିପର୍ଯ୍ୟୟରୁ ଗ୍ରାମବାସୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ବୁଧବାର ମଧ୍ୟରାତ୍ରିରେ ହୋଇଥିବା ପ୍ରବଳ ବର୍ଷା କାରଣରୁ ପାହାଡ଼ ଉପରୁ ହଠାତ୍ ପାଣି ମାଡ଼ିଆସିଥିଲା। ଏଥିସହ ପାହାଡ଼ ଧସିବା ଯୋଗୁ ବଡ଼ବଡ଼ ପଥରଗୁଡ଼ିକ ଖସି ପଡ଼ିଥିଲା। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଗ୍ରାମର ଛଅ ଜଣଙ୍କ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଗୋଟିଏ ଘର ପାଣିରେ ଭାସି ଯାଇଛି। ପ୍ରବଳ ବର୍ଷା ଓ ଭୟାବହ ପରିସ୍ଥିତି ମଧ୍ୟରେ କିଛି ପରିବାର ଜୀବନ ବିକଳରେ ନିକଟସ୍ଥ ଜଙ୍ଗଲ ଆଡ଼କୁ ଦୌଡ଼ି ପଳାଇଥିଲେ।

ମୋଟ ୧୬ଟି ପରିବାର ବସବାସ କରୁଥିବା ଏହି ଦୁର୍ଗମ ଓ ଅପହଞ୍ଚ ପାହାଡ଼ ତଳ ଅଞ୍ଚଳ ସହ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ରାସ୍ତାଘାଟ ନ ଥିବାରୁ ପ୍ରଭାବିତ ଗ୍ରାମରେ ପ୍ରଶାସନ ପକ୍ଷରୁ ପହଞ୍ଚିବା ବର୍ତ୍ତମାନ କାଠିକର ପାଠ ହୋଇପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ବନ୍ୟାଞ୍ଚଳ ପରିଦର୍ଶନ କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ଗୁରୁବାର ପୁରୁଣା ସ୍ଥାନରେ ପୁଣି ବଡ଼ ବଡ଼ ପଥର…

ବର୍ଷା ପବନରେ ଛିଡ଼ିଲା ବିଦ୍ୟୁତ୍‌ତାର, ୬ ମେଣ୍ଢା ସହ ଗୋଟିଏ ଛେଳିର ଜୀବନ ଗଲା

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ପବନ ଓ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡୁବୁଲି ଛକ ନିକଟରେ ଅଘଟଣ ଘଟିଛି। ବିଦ୍ୟୁତ୍‌ ଖୁଣ୍ଟ…

ଶୁକ୍ରଙ୍କ ବକ୍ରୀ ଚଳନ: ୪ ରାଶିରେ ଭାରି ଖରାପ ପ୍ରଭାବ, ପାଖରୁ ପଳେଇବେ ସବୁ ଟଙ୍କା!

ଶୁକ୍ରଦେବ ନିଜର ଅସ୍ତ ଅବସ୍ଥାରୁ ବାହାରକୁ ଆସିବାକୁ ଯାଉଛନ୍ତି। ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ବିବାହ, ସମ୍ପର୍କ, ସୁଖ ଏବଂ ଧନର କାରକ ବୋଲି ବିବେଚନା…

ଭାରତୀୟ ପରମ୍ପରା ଭୁଲିନାହାନ୍ତି ପ୍ରିୟଙ୍କା: ସ୍ବାମୀଙ୍କ ସହ ମିଶି ପାଳିଲେ କରୱାଚୌଥ ବ୍ରତ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜି ବି ନିଜ ଭାରତୀୟ ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ ଅଛନ୍ତି। ବିଦେଶରେ…

ଗାଜଲବାଡ଼ି ଘାଟିରେ ପୁଣି ଭୂସ୍ଖଳନ: ଫନିରେ ଯେଉଁଠି ଧସିଥିଲା ପାହାଡ଼, ସେହି ସ୍ଥାନରେ ପୁଣି ଅଘଟଣ

ଦାରିଙ୍ଗବାଡ଼ି, ୨୯।୧୦(ଅରୁଣ ସାହୁ):୨୦୧୯ ମସିହାରେ ବାତ୍ୟା ‘ଫନି’ ସମୟରେ ଗାଜଲବାଡ଼ି ଘାଟିରେ ଘଟିଥିବା ଭୂସ୍ଖଳନର ସ୍ମୃତି ପୁଣି ତାଜା ହୋଇଛି। ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଏହି ଘାଟିରେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଖବର ପ୍ରସାରଣ ପରେ ସନ୍ତୋଷୀଙ୍କ ନିକଟରେ ପହଞ୍ଚିଲା ପ୍ରଶାସନ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ପବନ ଯୋଗୁ ଗଞ୍ଜାମ ସହର ସାନ ବଜାରସ୍ଥିତ ଓ୍ବାର୍ଡ ନଂ ୭ ବାଲିସାହି ସନ୍ତୋଷୀ…

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?