ବର୍ଷା ଜଳ ଅଟକାଇବ ‘ବ୍ରିଜ୍‌-କମ୍‌-ଓ୍ବାଟର ଓୟାର’

ଭୁବନେଶ୍ୱର,୩ା୫(ବ୍ୟୁରୋ):ପୋଲ-ତଥା-ଜଳଧାରକ (ବ୍ରିଜ୍‌-କମ୍‌-ୱାଟର ଓୟାର) ନିର୍ମାଣ କୌଶଳକୁ ସବୁ ଜିଲାରେ ବ୍ୟାପକ ଭାବେ ପ୍ରୟୋଗ କରାଯିବ। ପୂର୍ବରୁ ପରୀକ୍ଷାମୂଳକ ଭାବେ ଏପରି ନିର୍ମାଣ କରାଯାଇଥିଲା। ଫଳାଫଳକୁ ଅନୁଧ୍ୟାନ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ଅନୁଷ୍ଠିତ ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଉକ୍ତ ବୈଷୟିକ କୌଶଳର କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ପ୍ରଶାସନିକ ଓ ଆର୍ଥିକ ବିଷୟ ଆଲୋଚନା ନିମନ୍ତେ ତଥ୍ୟ ଉପସ୍ଥାପନ କରିଛନ୍ତି।
ଏହି ପଦ୍ଧତିରେ ୧ରୁ ୧.୫ ମିଟର ଉଚ୍ଚତା ପର୍ଯ୍ୟନ୍ତ ବୋହିଯାଉଥିବା ବର୍ଷାଜଳକୁ ରଖିହୁଏ। ମୁଖ୍ୟ ଶାସନ ସଚିବ କହିଛନ୍ତି, ସ୍ବଳ୍ପ-ଖର୍ଚ୍ଚ ଭିତ୍ତିକ ଏହିସବୁ ନିର୍ମାଣର ବହୁମୁଖୀ ସୁଫଳ ରହିଛି। ୧ରୁ ୨ କି.ମି. ଦୀର୍ଘ ପର୍ଯ୍ୟନ୍ତ ନଦୀଶଯ୍ୟାରେ ଜଳ ପତ୍ତନ ଅଧିକ ରହିଥାଏ। ଏହା ଭୂତଳ ଜଳ ପ୍ରତିପୂରଣରେ ସହାୟକ ହୁଏ। ସଞ୍ଚିତ ଜଳକୁ କୃଷି, ପାନୀୟ ଜଳ ପ୍ରକଳ୍ପ ଆଦି ପାଇଁ ବ୍ୟବହାର କରିହୁଏ। ଜମିର ଆର୍ଦ୍ରତା ମଧ୍ୟ ବଢ଼ିଥାଏ। ଏ ପ୍ରକାର ନିର୍ମାଣ ନିମନ୍ତେ ଯୋଗ୍ୟ ସମସ୍ତ ଗ୍ରାମ୍ୟ ଉନ୍ନୟନ ରାସ୍ତା ଓ ପୂର୍ତ୍ତବିଭାଗ ରାସ୍ତାରେ ଥିବା ପୋଲଗୁଡ଼ିକୁ ଚିହ୍ନଟ କରିବା ପାଇଁ ମୁଖ୍ୟ ଶାସନ ସଚିବ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏହି କାର୍ଯ୍ୟ ସାରିବାକୁ ଏକ ୩-ବର୍ଷିଆ କାର୍ଯ୍ୟ-ଯୋଜନା ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରାୟ ୧୦୦୦ଟି ଜଳ-ଧାରକ ନିର୍ମାଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ କହିଛନ୍ତି, ପରୀକ୍ଷାମୂଳକ ଭିତ୍ତିରେ ରାଜ୍ୟର ବିଭିନ୍ନ ଜିଲାରୁ ୪୯ଟି ନିର୍ମାଣ ହାତକୁ ନିଆଯାଇଥିଲା। ଏଥିମଧ୍ୟରୁ ୧୨ଟିର ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ଅବଶିଷ୍ଟ ୩୭ ଜଳଧାରକ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ତ୍ତ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ତଥା ସର୍ବୋଚ୍ଚ ଯନ୍ତ୍ରୀ ମନୋରଞ୍ଜନ ମିଶ୍ର କହିଛନ୍ତି, ଢେଙ୍କାନାଳ, କଳାହାଣ୍ଡି, ମୟୂରଭଞ୍ଜ ଓ ଭଦ୍ରକ ଜିଲାର ବିଭିନ୍ନ ନଦୀ ଓ ନାଳ ଉପରେ ଥିବା ହାଇ ଲେଭେଲ୍‌ ପୋଲ ତଳେ ଏପରି ୧୨ଟି ୱାଟର-ଓୟାର ନିର୍ମାଣ କରାଯାଇଛି। ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗୀର ଏବଂ ସୁନ୍ଦରଗଡ଼ ଆଦି ଜିଲାରେ ଅବଶିଷ୍ଟ ୩୭ଟି ୱାଟର-ଓୟାର ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri