Posted inଜାତୀୟ

ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର: ୨ପାଇଲଟ ମୃତ

ରାୟପୁର,୧୨।୫: ଛତିଶଗଡ଼ର ରାୟପୁର ବିମାନବନ୍ଦରରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ହେଲିକପ୍ଟର ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣା ୨ଜଣ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ପାଇଲଟ ହେଲେ ଏପି ଶ୍ରୀବାସ୍ତବ ଓ କ୍ୟାପଟେନ୍‌ ଗୋପାଳ କୃଷ୍ଣ ପଣ୍ଡା। ସୂଚନାଯୋଗ୍ୟ, ଗୁରୁବାର ରାତି ୯ଟା ୧୦ ମିନିଟ୍‌ରେ ଅଭ୍ୟାସ କରିବା ସମୟରେ ଶ୍ରୀବାସ୍ତବ ଓ କ୍ୟାପଟେନ୍‌ ଗୋପାଳ କୃଷ୍ଣ ହେଲିକପ୍ଟରକୁ ଅବତରଣ କରାଉଥିଲେ। ହେଲେ ସେହି ସମୟରେ ହେଲିକପ୍ଟରଟି କ୍ରାଶ୍‌ ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ପାଇଲଟଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ରାମକୃଷ୍ଣ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ହେଲିକପ୍ଟରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅନ୍ୟପଟେ ଏହି ଘଟଣାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା ଟୁଇଟ୍‌ କରି ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri