ପୁଣି ଫେରିଲା ଲକ୍‌ଡାଉନ

ରାୟପୁର,୭।୪: ଦେଶରେ କରୋନା ସଂକ୍ରମଣ ଆତଙ୍କ ଖେଳାଇ ଚାଲିଛି। ଛତିଶଗଡ଼ ରାଜଧାନୀ ରାୟପୁରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ତେବେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ବୁଧବାର ଜିଲାପାଳ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଏପ୍ରିଲ ୯ ସନ୍ଧ୍ୟା ୬ଟାରୁ ଏପ୍ରିଲ ୧୯ ସକାଳ ୬ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ରାୟପୁର ଜିଲାର ସମସ୍ତ ସୀମାକୁ ସିଲ୍‌ କରିଦିଆଯାଇଛି। କେବଳ ନିର୍ଦ୍ଧାରିତ ସମୟରେ ଔଷଧ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଏଥିସହ ସମସ୍ତ ଧାର୍ମିକ, ସାଂସ୍କୃତିକ ଓ ପର୍ଯ୍ୟଟନସ୍ଥଳୀ ମଧ୍ୟ ସାଧାରଣ ଜନତାଙ୍କ ପାଇଁ ବନ୍ଦ ରହିବ। ଏହାଛଡ଼ା ସମ୍ପୂର୍ଣ୍ଣ ଜିଲାରେ ମଦ ଦୋକାନ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସେହିପରି ସକାଳ ୬ଟାରୁ ୮ଟା ଯାଏ ଓ ସନ୍ଧ୍ୟା ୫ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ କ୍ଷୀର ପାର୍ଲରମାନଙ୍କୁ ବିକ୍ରୀ ପାଇଁ ଅନୁମତି ଦିଆଯାଇଛି। ଯଦି ପରିସ୍ଥିତିରେ ସୁଧାର ନ ଆସେ ତେବେ ଅନ୍ୟ ଜିଲାମାନଙ୍କରେ ବି ଲକ୍‌ଡାଉନ ଘୋଷଣା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଟିଏସ୍‌ ସିଂହ ଦେବ କହିଛନ୍ତି। ଏହାପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ବୁଧବାର ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଶୁକ୍ରବାରଠାରୁ ସୋମବାର ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୯,୯୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୫୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ରାୟପୁରରୁ ସର୍ବାଧିକ ସଂକ୍ରମିତ ସଂଖ୍ୟା ୧୫୦୦ ରହିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri