ପୁଣି ଫେରିଲା ଲକ୍‌ଡାଉନ

ରାୟପୁର,୭।୪: ଦେଶରେ କରୋନା ସଂକ୍ରମଣ ଆତଙ୍କ ଖେଳାଇ ଚାଲିଛି। ଛତିଶଗଡ଼ ରାଜଧାନୀ ରାୟପୁରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ତେବେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ବୁଧବାର ଜିଲାପାଳ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଏପ୍ରିଲ ୯ ସନ୍ଧ୍ୟା ୬ଟାରୁ ଏପ୍ରିଲ ୧୯ ସକାଳ ୬ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ରାୟପୁର ଜିଲାର ସମସ୍ତ ସୀମାକୁ ସିଲ୍‌ କରିଦିଆଯାଇଛି। କେବଳ ନିର୍ଦ୍ଧାରିତ ସମୟରେ ଔଷଧ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଏଥିସହ ସମସ୍ତ ଧାର୍ମିକ, ସାଂସ୍କୃତିକ ଓ ପର୍ଯ୍ୟଟନସ୍ଥଳୀ ମଧ୍ୟ ସାଧାରଣ ଜନତାଙ୍କ ପାଇଁ ବନ୍ଦ ରହିବ। ଏହାଛଡ଼ା ସମ୍ପୂର୍ଣ୍ଣ ଜିଲାରେ ମଦ ଦୋକାନ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସେହିପରି ସକାଳ ୬ଟାରୁ ୮ଟା ଯାଏ ଓ ସନ୍ଧ୍ୟା ୫ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ କ୍ଷୀର ପାର୍ଲରମାନଙ୍କୁ ବିକ୍ରୀ ପାଇଁ ଅନୁମତି ଦିଆଯାଇଛି। ଯଦି ପରିସ୍ଥିତିରେ ସୁଧାର ନ ଆସେ ତେବେ ଅନ୍ୟ ଜିଲାମାନଙ୍କରେ ବି ଲକ୍‌ଡାଉନ ଘୋଷଣା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଟିଏସ୍‌ ସିଂହ ଦେବ କହିଛନ୍ତି। ଏହାପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ବୁଧବାର ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଶୁକ୍ରବାରଠାରୁ ସୋମବାର ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୯,୯୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୫୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ରାୟପୁରରୁ ସର୍ବାଧିକ ସଂକ୍ରମିତ ସଂଖ୍ୟା ୧୫୦୦ ରହିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?