ମୌଳିକ ଅଧିକାର ପାଇଁ ଯାଦବ ଉଠାଇବେ ସ୍ବର

ତିହିଡି,୫।୩(ସଞ୍ଜିତ ବଳ): ଯାଦବମାନେ ସବୁ କ୍ଷେତ୍ରରେ ଅବହେଳିତ। ଏପରିକି ମୌଳିକ ଅଧିକାରରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଆସୁଥିଲେ ମଧ୍ୟ ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ କରୁନାହାନ୍ତି। ଆସନ୍ତା ୭ ତାରିଖରେ ତିହିଡ଼ି କାଳୀପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଯାଦବ ଜାଗୃତି ସମାବେଶ ଓ ପଛୁଆବର୍ଗ ବନ୍ଧୁମିଳନ ଉତ୍ସବରେ ପ୍ରତିବାଦର ସ୍ବରକୁ ତୀବ୍ର କରାଯିବ। ଦୀନଦୟାଲ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅଲ୍‌ ଓଡ଼ିଶା ଯାଦବ ମହାସଭା ତିହିଡ଼ି ଶାଖାର କର୍ମକର୍ତ୍ତାମାନେ ଏନେଇ ଚେତାବନୀ ଦେବା ସହ ସମାବେଶକୁ ସଫଳ କରିବାକୁ ଯାଦବମାନଙ୍କୁ ନିବେଦନ କରିଛନ୍ତି।
  ସେମାନେ ଦର୍ଶାଇଛନ୍ତି ଯେ, ରାଜ୍ୟରେ ବସବାସ କରୁଥିବା ୯୫ ଲକ୍ଷ ଯାଦବ ପରିବାର ଅହରହ ପରିଶ୍ରମ କରି ମାନବ ସମାଜର ମୌଳିକ ଆବଶ୍ୟକତା ପୂରଣ କରି ଆସୁଛନ୍ତି। ମାତ୍ର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ଅବହେଳିତ ହୋଇଥିଲେ ବି ସରକାରଙ୍କ ପକ୍ଷରୁ ସେମାନଙ୍କ ଦାବି ପୂରଣ ଦିଗରେ ପଦକ୍ଷେପ ନିଆଯାଉ ନାହିଁ। ନ୍ୟାଯ୍ୟ ଦାବି ହାସଲ ପାଇଁ ସେମାନେ ଅବଶ୍ୟକ ପଡ଼ିଲେ ରାଜରାସ୍ତାକୁ ଓହ୍ଲାଇବେ। ମହାସଭାର ବ୍ଲକ ସଭାପତି ନରେନ୍ଦ୍ର ବାରିକ, ଉପଦେଷ୍ଟା ରାମଚନ୍ଦ୍ର ବାରିକ, ଜିଲା ସମ୍ପାଦକ ପ୍ରତାପ ମହାକୁଡ଼, କାର୍ଯ୍ୟକାରୀ ସଭାପତି ନୃସିଂହ ମହାକୁଡ଼, ବ୍ଲକ ଉପସଭାପତି ବଳରାମ କବି, ସମ୍ପାଦକ ଶ୍ରୀଧର ବାରିକ, କୋଷାଧ୍ୟକ୍ଷ ନାରାୟଣ ବାରିକ, ସଂଯୋଜକ ନିରଞ୍ଜନ ବାରିକ, ସଞ୍ଜୟ ବାରିକ, ଶଶିଭୂଷଣ ମହଲା, ଗୟାଧର ବାରିକ ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri