Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳର ହିରୋ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ବିଜେତାଙ୍କ ନାତି

ନୂଆଦିଲ୍ଲୀ,୬।୨: ଭାରତୀୟ ଦଳ ତା’ର ପ୍ରାଧାନ୍ୟ ବଜାୟ ରଖି ରେକର୍ଡ ୫ମ ଥର ପାଇଁ ଜିତିଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ପୂରା ଟୁର୍ନାମେଣ୍ଟରେ ଅନେକ ଖେଳାଳିଙ୍କ ବ୍ୟକ୍ତିଗତ ପ୍ରଦର୍ଶନ ଯୋଗୁ ଟିମ୍‌ ଇଣ୍ଡିଆ ଅପରାଜେୟ ରହିଥିଲା। କିନ୍ତୁ ଟୁର୍ନାମେଣ୍ଟର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ତଥା ଫାଇନାଲରେ ଭାରତୀୟ ଦଳ ପାଇଁ ହିରୋ ସାଜିଥିଲେ ରାଜ ଅଙ୍ଗଦ ବାଓ୍ବା। ଏହି ଅଲରାଉଣ୍ଡର ଉଭୟ ବ୍ୟାଟ ଓ ବଲରେ ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍‌ ଫାଇନାଲରେ ପ୍ରଦର୍ଶନ କରିଥିଲେ, ଯାହା ଫଳରେ ତାଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ମିଳିଥିଲା।

ରାଜ ହେଉଛନ୍ତି ତାର୍ଲୋଚନ ସିଂ ବାଓ୍ବାଙ୍କ ନାତି। ସେ ୧୯୪୮ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ହକି ଦଳର ସଦସ୍ୟ ଥିଲେ। କୌତୁହଳର କଥା ହେଉଛି, ଗ୍ରେଟ୍‌ ବ୍ରିଟେନ ବିପକ୍ଷ ଫାଇନାଲରେ ଗୋଲ ସ୍କୋର କରିଥିଲେ ତାର୍ଲୋଚନ। ଏହା ଭାରତୀୟ ହକି ଦଳ ପାଇଁ ଥିଲା କ୍ରମାଗତ ଚତୁର୍ଥ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ। ଅଜାଙ୍କ ଭଳି ନାତ ମଧ୍ୟ ଦେଶକୁ ବିଶ୍ୱ ସ୍ତରରେ ସଫଳତା ଆଣି ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ପ୍ରାର୍ଥକ୍ୟ ହେଲା ଜଣେ କ୍ରିକେଟର ଥିଲେ, ଅନ୍ୟ ଜଣେ ହକି ଖେଳାଳି ଥିଲେ।

ଶନିବାର ଆଣ୍ଟିଗୁଆଠାରେ ଖେଳାଯାଇଥିବା ଫାଇନାଲରେ ରାଜା ୫ ଉଇକେଟ ସଫଳତା ହାତେଇଥିଲେ। ଆଇସିସି ଟୁର୍ନାମେଣ୍ଟ ଫାଇନାଲରେ ଏଭଳି ସଫଳତା ହାସଲ କରିବାରେ ସେ ପ୍ରଥମ ଭାରତୀୟ। ତା’ ପରେ ବ୍ୟାଟିଂରେ ୫୪ ବଲରେ ୩୫ ରନ୍‌ର ଇନିଂସ ଖେଳିଥିଲେ। ଭାରତୀୟ ଦଳ ପାଇଁ ବାଓ୍ବା ପୂରା ଟୁର୍ନାମେଣ୍ଟରେ ସର୍ବାଧିକ ରନ୍‌ କରିଥିବା ଖେଳାଳିଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ସବୁଠୁ ଅଧିକ ଉଇକେଟ ନେବାରେ ସେ ତୃତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri