ବିଓବି କଟକ କ୍ଷେତ୍ର ପକ୍ଷରୁ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗ(ତତ୍ତ୍ବାବଧାନ)ରେ ପ୍ରସିଦ୍ଧ ହିନ୍ଦୀ କବି ନାଗାର୍ଜୁନଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ ସୋମବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏପିରିକି ‘ନାଗାର୍ଜୁନଙ୍କ ରଚନାରେ ଜନ ଜାଗୃତି’ଶୀର୍ଷକ ବିଷୟବସ୍ତୁ (ଏହି ରାଜଭାଷା ସଂଗୋଷ୍ଠୀର ବିଷୟବସ୍ତୁ ଥଲା) ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, କଟକ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ହିନ୍ଦୀ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ଡ. ଅଞ୍ଜୁମାନ ଆରା ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଅପରପକ୍ଷରେ ବିଓବି କଟକ କ୍ଷେତ୍ରର ରାଜଭାଷା ଅଧିକାରୀ ମନୀଷା ଯାଦବ ଉକ୍ତ କାର୍ଯ୍ୟକ୍ରମର ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଡ.ଅଭିଷେକ ଶର୍ମା,ବିଶାଳ ସାହୁ, ଶାମୁକା ପଟ୍ଟନାୟକ, ନୀହାରିକା ଦଳେଇଙ୍କ ସମେତ ବିଶ୍ୱବିଦ୍ୟଳୟର ଶିକ୍ଷାର୍ଥୀମାନେ ନାଗାର୍ଜୁନଙ୍କ ଉପରେ ସାରଗର୍ଭକ ମତାମତ ଦେଇଥିଲେ। ସେହିଭଳି ବିଓବିର ମୁଖ୍ୟ ପ୍ରବନ୍ଧକ ଜି.ସି. ପାଣିଗ୍ରାହୀ ବିଭିନ୍ନ ବ୍ୟାଙ୍କିଙ୍ଗ୍‌ ଏବଂ ରାଜଭାଷା ସମ୍ବନ୍ଧୀୟ ପଦକ୍ଷେପ ଉପରେ ବିସ୍ତୃତ ଆଲୋକପାତ ସହ ଉପସ୍ଥିତ ସବୁ ବର୍ଗର ଶୁଦ୍ଧିଜନଙ୍କୁ ଅବଗତ କରାଇଥିଲେ।
ସେହିପରି ବ୍ୟାଙ୍କର କ୍ଷେତ୍ରୀୟ ଡିଜିଟାଲ ପ୍ରବନ୍ଧକ ସୁକାନ୍ତ ପାଲ ଏବଂ ମାର୍କେଟିଂ ପ୍ରବନ୍ଧକ ସୁଭାଷ ବେହେରା ଫି ସଂଗ୍ରହ ମଡ୍ୟୁଲ (ପେମେଣ୍ଟ ଗେଟ ୱେ) ଏବଂ ବ୍ୟାଙ୍କ ଦ୍ୱାରା ପ୍ରସ୍ତୁତ ମାର୍କେଟିଂ ପଦକ୍ଷେପ ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ପରିଶେଷରେ ଅତିଥି ବକ୍ତା ଇମରାନା ଇସ୍ରାଏଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଓବିର ଅଧିକାରୀ, ବିଶ୍ୱବିଦ୍ୟାଳୟ ହିନ୍ଦୀ ବିଭାଗର ବିଭାଗୀୟ ମୁଖ୍ୟ, ଅଧ୍ୟାପକ ଏବଂ ଶିକ୍ଷାର୍ଥୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri