ଆସନ୍ତା ୬ରୁ ସର୍ବସାଧାରଣଙ୍କ ନିମନ୍ତେ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୩।୧(ବ୍ୟୁରୋ): ଆସନ୍ତା ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ରାଜଭବନ ଉଦ୍ୟାନ ଖୋଲା ରହିବ। ଛୁଟିଦିନ ଓ ରବିବାର ସମେତ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ୩୦ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଏହି ଉଦ୍ୟାନ ପରିଦର୍ଶନ କରିପାରିବେ। କେବଳ ମୋବାଇଲ ଆପ୍‌ ମାଧ୍ୟମରେ ଯେଉଁମାନେ ପଞ୍ଜୀକରଣ କରିଥିବେ, ସେମାନଙ୍କୁ ରାଜଭବନ ଉଦ୍ୟାନକୁ ପ୍ରବେଶ ପାଇଁ ଅନୁମତି ମିଳିବ। ଚଳିତ ବର୍ଷଠାରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି। ଏହି ଉଦ୍ୟାନ ଆପ୍‌କୁ ରାଜଭବନ ଗାର୍ଡେନ ଭିଜିଟ୍‌ ପ୍ଲେ ଷ୍ଟୋରରୁ ଡାଉନଲୋଡ୍‌ କରିବାକୁ ହେବ। ଓଡ଼ିଶା ରାଜଭବନ ୱେବ୍‌ସାଇଟ୍‌ରେ ଥିବା କ୍ୟୁଆର୍‌ କୋଡ୍‌କୁ ମଧ୍ୟ ସ୍କାନ କରି ଆପ୍‌ ଡାଉନଲୋଡ୍‌ କରିହେବ। ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି। ଛାତ୍ରୀଛାତ୍ରମାନେ ସକାଳ ୮ଟା ୩୦ରୁ ୧୦ଟା ଭିତରେ ଉଦ୍ୟାନକୁ ଯାଇପାରିବେ। ସେହିପରି ସ୍କୁଲ କର୍ତ୍ତୃପକ୍ଷ ଅଧିକ ବିବରଣୀ ପାଇଁ www.rajbhavanodisha.gov.in ପରିଦର୍ଶନ କରିପାରିବେ। ଯେଉଁମାନଙ୍କର ସ୍ମାର୍ଟ ଫୋନ୍‌ ନାହିଁ ବା ରେଜିଷ୍ଟ୍ରେଶନ୍‌ କରିବାରେ ଅସୁବିଧାର ସମ୍ମୁଖୀନ ହେବେ, ସେମାନେ ରାଜଭବନ ଫାଟକ ପାଖରେ ସ୍ଥାପିତ କିଓସ୍କର ସହାୟତା ନେଇପାରିବେ। ତେବେ ରାଜଭବନ ପରିସରକୁ ଖାଦ୍ୟଦ୍ରବ୍ୟ ଏବଂ ଅନ୍ୟ ଆପତ୍ତିଜନକ ସାମଗ୍ରୀ ନ ଆଣିବା ସହ ସ୍ବଚ୍ଛତା ଓ ଶୃଙ୍ଖଳା ରକ୍ଷା କରିବାକୁ ରାଜଭବନ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri