କଳାଭୂମିରେ ରଜ ମହୋତ୍ସବ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପକ୍ଷରୁ ମଙ୍ଗଳବାରଠାରୁ ଦୁଇଦିନିଆ ରଜ ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ଶିଳ୍ପକଳା ପ୍ରଦର୍ଶନୀ, ହସ୍ତତନ୍ତ ଓ ହସ୍ତଶିଳ୍ପ ବଜାର, କାଗଜ ମୁଖା ଓ ନଡ଼ା କାରୁକାର୍ଯ୍ୟ, ପାରମ୍ପରିକ ପିଠା, ଫୁଡ କୋର୍ଟ ଆୟୋଜନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଶିଳ୍ପୀମାନେ ସର୍ବସାଧାରଣଙ୍କୁ ଏହି କାରୁକାର୍ଯ୍ୟର ଶିକ୍ଷା ମଧ୍ୟ ଦେଉଛନ୍ତି। ହସ୍ତତନ୍ତ ଓ ହସ୍ତଶିଳ୍ପର ବିକ୍ରିବଟା ପାଇଁ କ୍ରାଫ୍ଟ ବଜାରର ଉପଲବ୍ଧି ରହିଛି। ଫୁଡ୍‌ କୋର୍ଟରେ ବିଭିନ୍ନ ପ୍ରକାରର ପିଠା, ମିଠା ଓ ଅନ୍ୟାନ୍ୟ ଖାଦ୍ୟ ଉପଲବ୍ଧ ରହିଛି। ସାରେ ବାଦ୍ୟ ଓ ସଙ୍ଗୀତ ସହ ପାରମ୍ପରିକ ଲୋକନୃତ୍ୟ ପରିବେଷିତ ହୋଇଥିଲା। ବିଶେଷକରି ଓଡ଼ିଶୀ ଓ ସମ୍ବଲପୁରୀ ନୃତ୍ୟ ସାଙ୍ଗକୁ ଲାଇଭ୍‌ ମ୍ୟୁଜିକ୍‌ ଦର୍ଶକଙ୍କ ମନ ଜିଣିଥିଲା। ଏହି ଅବସରରେ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ଦ୍ୱାରା ନବକଳେବର ଓ ରଥଯାତ୍ରା ସମ୍ପର୍କିତ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା। ପ୍ରଥମ ଦିନରେ ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri