ପାକିସ୍ତାନରେ ପାଳନ ହେଲା ରାଜ କପୁରଙ୍କ ୧୦୦ତମ ଜୟନ୍ତି

ଇସଲାମାବାଦ,୧୫।୧୨: ଭେଟେରାନ ହିନ୍ଦୀ ସିନେମା ଅଭିନେତା ରାଜ କପୁରଙ୍କ କେବଳ ଭାରତରେ ନୁହେଁ ଆମ ପଡୋଶୀ ଦେଶ ପାକିସ୍ଥାନରେ ମଧ୍ୟ ପ୍ରଶଂସକ ଅଛନ୍ତି। ସମ୍ପ୍ରତି କପୁର ପରିବାର ତାଙ୍କର ୧୦୦ତମ ଜନ୍ମ ବାର୍ଷିକୀକୁ ବହୁତ ବଡ଼ ଉତ୍ସବ ଆକାରରେ ପାଳନ କରିଛନ୍ତି । ଏହି ଅବସରରେ କପୁର ପରିବାର ତିନି ଦିନ ଧରି ରାଜ କପୁର ଚଳଚ୍ଚିତ୍ର ମହୋତ୍ସବର ଆୟୋଜନ କରିଛନ୍ତି। ଏହି ଉତ୍ସବ ପାଳନ ପାଇଁ ସମଗ୍ର କପୁର ପରିବାର ଏକତ୍ରିତ ହୋଇଛନ୍ତି। ଯେଉଁ ପ୍ରସ୍ତୁତି ଦୀର୍ଘ ଦିନ ଧରି ଚାଲିଆସୁଛି।
ନିକଟରେ ପୁରା କପୁର ପରିବାର ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲେ, ଯାହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ରାଜ କପୁରଙ୍କ ୧୦୦ତମ ଜନ୍ମ ବାର୍ଷିକୀ ପାକିସ୍ତାନରେ ମଧ୍ୟ ପାଳନ କରାଯାଇଛି।
ପାକିସ୍ତାନର ମହମ୍ମଦ ଫହିମ ନାମକ ଜଣେ ଏକ୍ସ ୟୁଜର ଏହି ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ କେକ କଟାଯାଉଥିବା ଦେଖିବାକୁ ମିଳିଛ। ଏଥିସହ ସେ ରାଜ କପୁରଙ୍କ ଏକ ଫଟୋ ପୋଷ୍ଟ କରିଛନ୍ତି। ଭିଡିଓ ଏବଂ ଫଟୋ ପୋଷ୍ଟ କରିବାବେଳେ ଫହିମ ଲେଖିଛନ୍ତି- ଜନ୍ମଦିନର ଶୁଭେଚ୍ଛା ରାଜ କପୁର। ଆଜି ତାଙ୍କ ଜନ୍ମସ୍ଥାନ ‘କପୁର ହାଭେଲି’ ରେ ତାଙ୍କର ୧୦୦ତମ ଜନ୍ମଦିନ,
ହଁ, ପାକିସ୍ତାନର ପେଶୱାର ସହିତ ରାଜ କପୁରଙ୍କ ଏକ ବିଶେଷ ସମ୍ପର୍କ ରହିଛି। ସେ ଡିସେମ୍ବର ୧୪, ୧୯୨୪ରେ ପାକିସ୍ତାନର ପେଶୱାରରେ ଜନ୍ମଗ୍ରହଣ କରିଥିଲେ। ପାକିସ୍ତାନର କପୁର ମହଲ ଯେଉଁଠାରେ ରାଜ କପୁର ଜନ୍ମ ହୋଇଥିଲେ। ତାଙ୍କର ୧୦୦ତମ ଜନ୍ମ ବାର୍ଷିକୀର କେକ ସମାନ ମହଲରେ କାଟି ଦିଆଯାଇଥିଲା। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଖବର ଅନୁଯାୟୀ, ପାକିସ୍ତାନର ସାଂସ୍କୃତିକ ଐତିହ୍ୟ ପରିଷଦ ତଥା ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ଖାଇବର ପାଖ୍ଟନଖୱାଙ୍କ ଦ୍ୱାରା ରାଜ କପୁରଙ୍କ ୧୦୦ତମ ଜନ୍ମ ବାର୍ଷିକୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଲୋକମାନେ ରାଜ କପୁରଙ୍କ ପାକିସ୍ତାନ ସହ ସମ୍ପର୍କକୁ ମନେ ରଖିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?