ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଘୁମୁସର ଅଞ୍ଚଳର ଲୁକ୍କାୟିତ କଳା ପ୍ରତିଭାଙ୍କୁ ଖୋଜି ବାହାର କରିବା ଏବଂ ସେମାନଙ୍କୁ ଉପଯୁକ୍ତ ମଞ୍ଚ ପ୍ରଦାନ କରିବା ଏହି ପ୍ରତିଯୋଗିତାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଆୟୋଜକମାନେ କହିଛନ୍ତି।

କାର୍ଯ୍ୟକ୍ରମକୁ ଗୁରୁ କାଳୁଚରଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଭଞ୍ଜନଗର ବ୍ଲକ କଳାକାର ସଂଘର ସମ୍ପାଦକ ଜଗଦୀଶ ପାଣିଗ୍ରାହୀ, ଶିକ୍ଷକ ତଥା ବରିଷ୍ଠ ମଞ୍ଚ ସଂଯୋଜକ ଅଜିତ ପଣ୍ଡା, ଶିକ୍ଷକ ରବିନାରାୟଣ ପାତ୍ର, ସଙ୍ଗୀତ ଗୁରୁ ନାଗେଶ୍ୱର ପାତ୍ର ଓ ଦିବାକର ପ୍ରଧାନ ଉପସ୍ଥିତ ରହିଥିଲେ। ସେମାନେ ଅତିଥି ଏବଂ ବିଚାରକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।ପ୍ରତିଯୋଗିତା ସିନିୟର ଓ ଜୁନିୟର—ଏହି ଦୁଇଟି ବର୍ଗରେ ଆୟୋଜିତ ହେଉଛି। ପ୍ରଥମ ଦିନର କାର୍ଯ୍ୟକ୍ରମକୁ ସ୍ୱସ୍ତି ସୁନ୍ଦର ସିଅ ଓ ପୂଜା ପ୍ରଧାନ ପରିଚାଳନା କରିଥିଲେ।

ଆର୍‌ବିଏସ୍ କନ୍‌ସଲଟେନ୍ସିର ସହଯୋଗରେ ପ୍ରଥମ ଥର ପାଇଁ ଏହି ପ୍ରତିଯୋଗିତା ଆୟୋଜନ କରାଯାଉଛି। ଘୁମୁସର ଅଞ୍ଚଳର କଳା, ସଂସ୍କୃତି ଓ ପ୍ରତିଭାକୁ ପ୍ରୋତ୍ସାହିତ କରିବା ସହ ନୂତନ ପ୍ରତିଭାମାନଙ୍କୁ ଆଗକୁ ଆଣିବା ଏହାର ଲକ୍ଷ୍ୟ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।

ପ୍ରତିଯୋଗୀମାନଙ୍କୁ ସାଧାରଣ ଜ୍ଞାନ, ସଙ୍ଗୀତ, ନୃତ୍ୟ, ବ୍ୟକ୍ତିତ୍ୱ ଓ ପୋଷାକ ପରିଧାନ ଆଦି ବିଭାଗରେ ପ୍ରଦର୍ଶନ ଆଧାରରେ ମୂଲ୍ୟାଙ୍କନ କରାଯିବ।ସୋମବାର ଦ୍ୱିତୀୟ ଦିବସରେ ସେମିଫାଇନାଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ଦିନ ନୃତ୍ୟ ଗୁରୁ ଆଶିଷ କୁମାର, ସଙ୍ଗୀତ ନିର୍ଦ୍ଦେଶକ ଉପେନ୍ଦ୍ର ମିଶ୍ର ଓ ମଡେଲ ପ୍ରିନ୍ସ ପାତ୍ର ଅତିଥି ଏବଂ ବିଚାରକ ଭାବେ ଯୋଗଦେବେ।

ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ଫାଇନାଲ ପର୍ଯ୍ୟାୟରେ ବିଜେତା ଓ ଅନ୍ୟାନ୍ୟ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ। ଶେଷ ଦିନରେ ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ଭଞ୍ଜନଗର ଶାଖାର ମୁଖ୍ୟ ପରିଚାଳିକା ବ୍ରହ୍ମାକୁମାରୀ ସନ୍ତୋଷିନୀଙ୍କ ସମେତ ବହୁ ବିଶିଷ୍ଟ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଆୟୋଜକମାନଙ୍କ ଆଶା ରହିଛି ଯେ, ଏହି ପ୍ରତିଯୋଗିତା ମାଧ୍ୟମରେ ଘୁମୁସର ଅଞ୍ଚଳର ନୂତନ ପ୍ରତିଭାମାନେ ନିଜ ଦକ୍ଷତା ପ୍ରଦର୍ଶନ କରିବାର ସୁଯୋଗ ପାଇବେ ଏବଂ ଭବିଷ୍ୟତରେ ରାଜ୍ୟ ଓ ଜାତୀୟ ସ୍ତରରେ ନିଜ ପରିଚୟ ସୃଷ୍ଟି କରିପାରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?