Posted inଜାତୀୟ

କର୍ନାଟକ ନିର୍ବାଚନ: କାହା ସମର୍ଥନରେ ଏମ୍‌ଏନ୍‌ଏସ୍‌, ରାଜ ଠାକରେ କହିଲେ…

ବେଙ୍ଗାଲୁରୁ,୮।୫: କର୍ନାଟକ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି,  ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି । ତେବେ ପ୍ରଥମ ଥର ଉକ୍ତ ନିର୍ବାଚନରେ ମରାଠୀ ପ୍ରସଙ୍ଗକୁ ନେଇ ରାଜ ଠାକରେ ଏବଂ ଉଦ୍ଧବ ଠାକରେଙ୍କ ଦଳ ଗୋଟିଏ ମଞ୍ଚରେ ନଜର ଆସିଛନ୍ତି। ମହାରାଷ୍ଟ୍ର ଏକୀକରଣ ସମିତି(ଏମ୍‌ଇଏସ୍‌)କୁ ଉଭୟ ଦଳ ସମର୍ଥନ କରଥିବା ଜଣାପଡ଼ିଛି। ସୋମବାର ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ ଠାକରେ ଏକ ଟୁଇଟ କରି ଲୋକଙ୍କୁ ଏମ୍‌ଇଏସ୍‌ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, କର୍ନାଟକ ବିଧାନସଭା ନିର୍ବାଚନ ଆସନ୍ତା ୧୦ରେ ହେବାକୁ ଯାଉଛି। ମହାରାଷ୍ଟ୍ର ଏକୀକରଣ କମିଟିର ପ୍ରାର୍ଥୀଙ୍କୁ ଏକଜୁଟ ହୋଇ ମତଦାନ କରିବାକୁ ସୀମାନ୍ତ ଅଞ୍ଚଳର ମରାଠୀ ଭାଇ ଓ ଭଉଣୀମାନଙ୍କୁ ରାଜ ଠାକରେ ନିବେଦନ କରିଛନ୍ତି। ଏଥିସହ ସେ ଟୁଇଟ କରି କହିଛନ୍ତି, ଅନ୍ୟ ଦଳର ପ୍ରାର୍ଥୀମାନେ ମରାଠୀ ହୋଇପାରନ୍ତି, କିନ୍ତୁ ନିର୍ବାଚିତ ହେବା ପରେ ସେମାନେ ମରାଠୀ ଭାଷାର ସ୍ବର ଚପାଇବା ସହ ସୀମାବର୍ତ୍ତୀ ଅଞ୍ଚଳରେ ମରାଠୀବାସୀଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ ବିଧାନସଭାରେ ମୁହଁ ଖୋଲିବେ ନାହିଁ। ସେ ଆହୁରି କହିଛନ୍ତି, ମୁଁ ଦୃଢ଼ ଭାବେ ବିଶ୍ୱାସ କରେ ଯେ, ନିଜେ ନିଜ ରାଜ୍ୟର ଭାଷା ଓ ସଂସ୍କୃତିକୁ ସମ୍ମାନ ଦେବା ଉଚିତ୍‌। ବହୁ ପିଢ଼ି ଧରି ସୀମାନ୍ତ ଅଞ୍ଚଳରେ ରହୁଥିବା ଭାଇମାନେ ଏଠାରେ କନ୍ନଡ ଭାଷା ଏବଂ ସଂସ୍କୃତିକୁ ସମ୍ମାନ ଦେଇଛନ୍ତି। ତଥାପି ଯଦି ସେଠାକାର ସରକାର ମରାଠୀ ଲୋକଙ୍କୁ ହଇରାଣ କରନ୍ତି କିମ୍ବା ମରାଠୀ ଭାଷାର ସ୍ବର ଚପାଇବାକୁ ଚେଷ୍ଟା କରନ୍ତି ତେବେ ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି ରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri