Posted inଜାତୀୟ

ଦାଦା-ପୁତୁରା ସାକ୍ଷାତକୁ ନେଇ ରାଜ ଠାକରେଙ୍କ ପ୍ରତିକ୍ରିୟା: ଗୋଟିଏ ଟିମ୍‌ ପୂର୍ବରୁ ପଠାଯାଇଛି କିନ୍ତୁ ଅନ୍ୟ ଏକ ଟିମ୍‌ ଖୁବ୍‌ଶୀଘ୍ର ଯିବ

ନୂଆଦିଲ୍ଲୀ,୧୪।୮: ଏନସିପି ମୁଖ୍ୟ ଅଜିତ ପାୱାର ଏବଂ ଶରଦ ପାୱାରଙ୍କ ଗୁପ୍ତ ବୈଠକ ପରେ ମହା ବିକାଶ ଅଗାଡିରେ ଅସନ୍ତୋଷ ଦେଖାଦେଇଛି। ଉଭୟ ପାୱାରଙ୍କ ସାକ୍ଷାତ ପରେ ଅନେକ ରାଜନୈତିକ ଚର୍ଚ୍ଚା ହେଉଛି। ଏ ନେଇ ଏମଏନଏସ ସଭାପତି ରାଜ ଠାକରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ରାଜ ଠାକରେ କହିଛନ୍ତି ଯେ, ଗୋଟିଏ ଟିମ୍‌ ପୂର୍ବରୁ ପଠାଯାଇଛି ଏବଂ ଅନ୍ୟ ଏକ ଟିମ୍‌୍‌ ଖୁବ୍‌ଶୀଘ୍ର ଯିବ। ସେମାନଙ୍କ ଭିତରେ ସବୁ ଠିକ୍‌ ଅଛି। ଏସବୁ ୨୦୧୪ରୁ ଚାଲି ଆସୁଛି। କିନ୍ତୁ ଅଜିତ ପାୱାରଙ୍କୁ ଭେଟିବା ପରେ ଶରଦ ପାୱାର ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ଦଳ ଭାଜପା ସହ ଯିବ ନାହିଁ ଯଦିଓ କିଛି ଲୋକ ତାଙ୍କୁ ମନାଇବା ପାଇଁ ଚେଷ୍ଟା କରୁଛନ୍ତି।
ରାଜନୀତିରେ ବର୍ତ୍ତମାନର ଅରାଜକତାକୁ ଦୃଷ୍ଟିରେ ରଖି ମ୍ୟୁନିସିପାଲିଟି ନିର୍ବାଚନ ଅନୁଷ୍ଠିତ ହେବ ନାହିଁ ବୋଲି ଏମଏନଏସ ସଭାପତି ରାଜ ଠାକରେ କହିଛନ୍ତି। ଏହା ସହିତ ରାଜ ଠାକରେ ନିଜ ଦଳୀୟ କର୍ମୀମାନଙ୍କୁ ଲୋକ ସଭା ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହାପୂର୍ବରୁ ପୁଣେରେ ଶରଦ ପାୱାର ଏବଂ ଏନସିପିର ବିଦ୍ରୋହୀ ଦଳର ନେତା ଅଜିତ ପାୱାରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ମହାରାଷ୍ଟ୍ରରେ ରାଜନୀତି ସରଗରମ ହୋଇଥିଲା। ସୂଚନାନୁସାରେ, ଶନିବାର ପୁଣେରେ ଜଣେ ବ୍ୟବସାୟୀଙ୍କ ବାସଭବନରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କୁ ଭେଟିଥିଲେ। ଏହାପୂର୍ବରୁ ଗତ ମାସରେ ମହାରାଷ୍ଟ୍ରରେ ଅଜିତ ପାୱାର ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରିଥିଲେ। ସେ ଶିବସେନା-ଭାଜପା ସରକାରରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଅଜିତ ପାୱାରଙ୍କ ସହ ତାଙ୍କୁ ସମର୍ଥନ କରୁଥିବା ଆଠ ଜଣ ଏନସିପି ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri