କୋର୍ଟରେ ହାଜର ପରେ ଜେଲ୍‌ ଗଲେ ରାଜା ଚକ୍ର

ବାଲେଶ୍ୱର,୧୪ା୩(ବାଞ୍ଛାନିଧି ଦେ): ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗାନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ୍‌ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ଲିଃ ରେ ବହୁ କୋଟି ଟଙ୍କାର ଦୁର୍ନୀତି ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ ଗୁରୁବାର କ୍ରାଇମ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଥିଲା। ଶୁକ୍ରବାର ବାଲେଶ୍ୱର ଓପିଆଇଡି କୋର୍ଟରେ ଗିରଫ ରାଜା ଚକ୍ରଙ୍କୁ ଇଓଡବ୍ଲ୍ୟୁ ତରଫରୁ ହାଜର କରାଯାଇଥିଲା। କୋର୍ଟ ପରିସରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା l ଏକ ସ୍ବତନ୍ତ୍ର ଭ୍ୟାନ୍‌ରେ ସୁରକ୍ଷା ବଳୟ ମଧ୍ୟରେ ରାଜା ଚକ୍ରଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଅଭିଯୁକ୍ତ ରାଜାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।  ଇଓଡବ୍ଲ୍ୟୁ ପକ୍ଷରୁ ରିମାଣ୍ଡରେ ନେବା ପାଇଁ ଆବେଦନ କରାଯାଇନାହିଁ କି ରାଜାଙ୍କ ପାଇଁ ଜାମିନ ଆବେଦନ କରାଯାଇନାହିଁ ବୋଲି ରାଜାଙ୍କ ଓକିଲ ରଘୁନାଥ ପ୍ରଧାନ କହିଛନ୍ତି। ଏହି ମାମଲାରେ ସମବାୟ ସମିତିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାସଙ୍କୁ ପୂର୍ବରୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସଂସ୍ଥାର ସଭାପତି, ସମ୍ପାଦକ ଓ ଅନ୍ୟ ସହଯୋଗୀଙ୍କୁ ହାତ ବାରିସି କରି ରାଜା କୋଟି କୋଟି ଟଙ୍କା ହଡ଼ପ କରିଥିଲା। ୨୦୧୭-୧୮ରୁ ୨୦୨୪ ମାର୍ଚ୍ଚ ପର୍ଯ୍ୟନ୍ତ ଏହି ସଂସ୍ଥା ୧୮୫ କୋଟି ଟଙ୍କା ଲାଭ କରିଥିବା ଖାତାରେ ଦର୍ଶାଯାଇଛି। କିନ୍ତୁ ୨୦୧୨-୧୩ରୁ ଏଯାବତ ଏହି ସଂସ୍ଥାର ଅଡିଟ୍‌ କରାଯାଇନାହିଁ। ସ୍ଥାନୀୟ ଅଞ୍ଚଳର ବିକାଶ ପାଇଁ ସଂସ୍ଥା ପକ୍ଷରୁ ୩୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିବା ଦର୍ଶାଯାଇଛି। ସୋସାଇଟିର ଗାଡ଼ି ବଦଳରେ ରାଜା ନିଜ ଗାଡ଼ି, ମେସିନାରିରେ ୯.୧ କୋଟି ଟଙ୍କାର ତେଲ ପକାଇବା ବାବଦରେ ମା’ କାଳୀ ପେଟ୍ରୋଲ ପମ୍ପକୁ ଗନ୍ଧମାର୍ଦ୍ଦନ ଏଜେନସି ପକ୍ଷରୁ ଏହି ଟଙ୍କା ପ୍ରଦାନ କରାଯାଇଛି। ୪ ବର୍ଷ ଭିତରେ ବିଭିନ୍ନ ଗାଁ ଲୋକଙ୍କ ମୁହଁକୁ ଚୁପ୍‌ କରି ସମର୍ଥନ ପାଇବାକୁ ସଂସ୍ଥା ପକ୍ଷରୁ ୩୩ କୋଟି ଟଙ୍କା ବଣ୍ଟାଯାଇଛି। ଶ୍ରମିକଙ୍କୁ ଦେୟ ଓ ଲୋଡିଂ ଖର୍ଚ୍ଚ ପାଇଁ ୭୪ କୋଟି ଟଙ୍କା ଦିଆଯାଇଥିବା ତଦନ୍ତରୁ ଜଣାପଡ଼ିଛି l ଏହି ମାମଲାରେ ରାଜାଙ୍କ ୨ ଯାତ୍ରୀବାହୀ ଗାଡ଼ି ୪୦ ହାଇଓ୍ବା ଗାଡ଼ିକୁ ଜବତ କରାଯାଇଛି। ଏଥି ସହ ୨ ସ୍କ୍ରିନିଂ ପ୍ଲାଣ୍ଟକୁ ମଧ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ଫ୍ରିଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri