EOW ଅଫିସରେ ରାଜା ଚକ୍ର, କହିଲେ ନ୍ୟାୟପାଳିକା ଉପରେ…

ଭୁବନେଶ୍ୱର,୧୩ା୩: ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ବିଜେଡି ନେତା ରାଜା ଚକ୍ର ଗିରଫ ହେବା ପରେ ଗୁରୁବାର ଇଓଡବ୍ଲ୍ୟୁରେ ହାଜର ହୋଇଛନ୍ତି। କୋର୍ଟ ଚାଲାଣ ପୂର୍ବରୁ ରାଜାଙ୍କୁ ଇଓଡବ୍ଲ୍ୟୁ କାର୍ଯ୍ୟାଳୟକୁ ଅଣାଯାଇଛି। ରାଜା କହିଛନ୍ତି, ନ୍ୟାୟପାଳିକା ଉପରେ ତାଙ୍କର ଭରସା ଅଛି। ତେବେ ରାଜାଙ୍କୁ ରିମାଣ୍ଡରେ ଅଣାଯାଇପାରେ ବୋଲି ଇଓଡବ୍ଲ୍ୟୁ ଏସ୍‌ପି କହିଛନ୍ତି।

କେନ୍ଦୁଝର ଜିଲା ଗନ୍ଧମାର୍ଦ୍ଦନ ଖଣି ଅର୍ଥ ହେରଫେର ମାମଲାରେ ଜଡ଼ିତ ରାଜା ଚକ୍ର ଓରଫ ସୌମ୍ୟଶଙ୍କର ଚକ୍ର ଓ ତାଙ୍କ ୪ ସହଯୋଗୀଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଥିଲା। ହାଇକୋର୍ଟର ବିଚାରପତି ଭି. ନରସିଂହ ମାମଲାର ଶୁଣାଣି କରି ସେମାନଙ୍କୁ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷାକୁ ହଟାଇ ଦେଇଥିଲେ। ଫଳରେ ରାଜା ଚକ୍ରଙ୍କ ସହଯୋଗୀମାନେ ହେଲେ ସୁଧାଂଶୁ ଶେଖର ନାୟକ, ସମୀର କୁମାର ଜେନା, ସଦାଶିବ ସାମଲ ଓ ସୁଶାନ୍ତ ସାମଲ।

ସୂଚନାଯୋଗ୍ୟ , କେନ୍ଦୁଝର ଜିଲା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଲୋଡ଼ିଂ ଓ ଟ୍ରାନ୍ସପୋର୍ଟିଂ କୋଅପରେଟିଭ୍‌ ସୋସାଇଟିର ଆର୍ଥିକ ଅନିୟମିତତା ମାମଲାରେ ଜଡିତ ରାଜା ଚକ୍ର ଓ ତାଙ୍କର ୪ ସହଯୋଗୀ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ୩ଟି ପୃଥକ ଆବେଦନ କରିଥିଲେ। ବିଜେଡି ନେତା ରାଜା ଚକ୍ରଙ୍କ ବିରୋଧରେ ୩୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର କରିଥିବା ନେଇ ଅଭିଯୋଗ ରହିଛି। ନିକଟରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁୃ୍ୟ) ପକ୍ଷରୁ ତାଙ୍କ ଘର ଉପରେ ଚଢ଼ାଉ କରାଯାଇଥିଲା। ଏହି ଘଟଣାରେ ଇଓଡବ୍ଲ୍ୟୁ ଗନ୍ଧମାର୍ଦ୍ଦନ ଏଜେନ୍ସିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ, ସମ୍ପାଦକ ଉତ୍କଳ ଦାସ ପ୍ରମୁଖଙ୍କୁ ଗତ ଫେବୃଆରୀ ୭ ତାରିଖରେ ଗିରଫ କରିଥିଲା। ଉକ୍ତ ସଂସ୍ଥା ୨୦୦୬ ମସିହାରେ ଆଇରନ୍‌ ଓର୍‌ ଲୋଡିଂ କରିବା ନିମନ୍ତେ ରେଜିଷ୍ଟ୍ରେଶନ୍‌ କରିଥିଲା। ୨୦୧୭ ରୁ ୨୦୨୪ ମଧ୍ୟରେ ଏମାନଙ୍କ ବିରୋଧରେ କୋଟି କୋଟି ଟଙ୍କାର ଅର୍ଥ ହେରଫେର କରିଥିବାର ଅଭିଯୋଗ ହୋଇଥିଲା। ଅଭିଯୁକ୍ତମାନେ ଶ୍ରମିକ ଖର୍ଚ୍ଚ, ଇପିଏଫ୍‌ ଟଙ୍କା, ପାରିପାର୍ଶ୍ୱିକ ବିକାଶ, ଖଣି ଦ୍ୱାରା ପ୍ରଭାବିତ ହୋଇଥିବା ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା, ଭିତ୍ତିଭୂମିର ବିକାଶ କରିବା ଆଳରେ କୋଟି କୋଟି ଟଙ୍କା ହଡ଼ପ କରିଥିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ହାଇକୋର୍ଟ ମଙ୍ଗଳବାର ମାମଲାର ଶୁଣାଣି କରି ରାଜା ଚକ୍ର ଓ ଅନ୍ୟମାନଙ୍କ ଜାମିନ ଆବେଦନ ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri