କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରରେ ପ୍ରଥମ ଥର ପାଇଁ ରଜ ମହୋତ୍ସବ ଆୟୋଜିତ ହୋଇଛି।

ପହିଲି ରଜରେ ଅଞ୍ଚଳ ଉତ୍ସବମୁଖର ହୋଇଉଠିଥିବା ବେଳେ ପର୍ବର ଆନନ୍ଦକୁ ଦ୍ୱିଗୁଣିତ କରିବା ପାଇଁ ଛାତ୍ରୀଛାତ୍ରମାନେ ନୂଆ ପୋଷାକ ପରିଧାନ କରି ଦୋଳି ଖେଳ, ରଜଗୀତ ଏବଂ ବିଭିନ୍ନ ପାରମ୍ପରିକ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦୋଳିରେ ଝୁଲିବା ସହ ରଜଗୀତର ତାଳେ ତାଳେ ଯୁବପୀଢ଼ି ଉତ୍ସବର ଭରପୂର ମଜା ଉଠାଇଥିଲେ। ଉତ୍ସବ ମାଧ୍ୟମରେ ଓଡ଼ିଆ ସଂସ୍କୃତି, ପରମ୍ପରା ଓ ରଜ ପର୍ବର ମହତ୍ତ୍ୱକୁ ଆଗାମୀ ପୀଢ଼ି ନିକଟରେ ପହଞ୍ଚାଇବାକୁ ଚେଷ୍ଟା କରାଯାଇଛି।

ସଭାରେ ପୂର୍ବତନ ବିଧାୟକ ରଘୁରାମ ପଡ଼ାଲ, ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ଓ ଏମ୍‌ପିଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ରଜ ପର୍ବର ସାଂସ୍କୃତିକ ମହତ୍ତ୍ୱ ଊପରେ ଆଲୋକପାତ କରିଥିଲେ। ଏଭଳି କାର୍ଯ୍ୟକ୍ରମ ଯୋଗୁ ଯୁବପୀଢ଼ି ନିଜ ପରମ୍ପରା ଏବଂ ସଂସ୍କୃତି ସହିତ ଜଡ଼ିତ ହୋଇପାରିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଆୟୋଜକ କମିଟି ପକ୍ଷରୁ ପାର୍ବତୀ ମସ୍ତି, ପ୍ରଭାତୀ ରାଉତ, ରିତା ପାଣିଗ୍ରାହୀ, ସୁମନ ଖିଲ ଓ ଲିଲି ବୁରୁଡ଼ି ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?