ଭୋଟ୍‌ ଫର୍‌ ମୋଦି ବାର୍ତ୍ତା ନେଇ ତାମିଲନାଡ଼ୁରୁ ଦିଲ୍ଲୀ ଅଭିମୁଖେ ରାଜଲକ୍ଷ୍ମୀ

କଟକ,୨୫।୩(ଶିଳ୍ପା ପ୍ରିୟଦର୍ଶିନୀ): ଭୋଟ ଫର୍‌ ନେଶନ ବାର୍ତ୍ତା ନେଇ ତାମିଲନାଡୁ ମଦୁରାଇରୁ ବାଇକ୍‌ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ରାଜଲକ୍ଷ୍ମୀ ମାଣ୍ଡା। ଇତିମଧ୍ୟରେ ସେ ୮ଟି ରାଜ୍ୟ ବୁଲି ସାରିଥିବାବେଳେ ୯ମ ରାଜ୍ୟ ଭାବେ ଓଡ଼ିଶା ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ସେ କଟକରେ ପହଞ୍ଚିଛନ୍ତି। କଟକ ବେଲ୍‌ଭ୍ୟୁ ଛକଠାରେ ଭାଜପା ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତଥା କର୍ପୋରେଟର ଗଗନ ଓଝାଙ୍କ ନେତୃତ୍ୱରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସେଠାରୁ ପ୍ରେସ୍‌ଛକ ପର୍ଯ୍ୟନ୍ତ ବିଶାଳ ବାଇକ ଶୋଭାଯାତ୍ରାରେ ତାଙ୍କୁ ନିଆଯାଇଥିଲା।

ଏନେଇ ରାଜଲକ୍ଷ୍ମୀ କହିଛନ୍ତି, ୪୧ ଦିନ ହେବ ବାଇକ୍‌ ଯୋଗେ ଯାତ୍ରା କରିଆସୁଛି। ୨୧ ହଜାର କିଲୋମିଟର ଯାତ୍ରା କରିବି। ମାଇଁ ଭୋଟ୍‌ ଫର୍‌ ମୋଦି ନାରା ଦେଇ ସାଧାରଣ ଲୋକଙ୍କୁ ସଚେନତ କରାଇବା ସହ ମୋଦି ସରକାରଙ୍କ ସମସ୍ତ କାର୍ଯ୍ୟ ନେଇ ଲୋକଙ୍କୁ ଅବଗତ କରାଉଛି। ଯେପରି ଭାରତକୁ ଆହୁରି ବିକାଶ ଓ ବିଶ୍ୱଗୁରୁ କରିବା କ୍ଷେତ୍ରରେ ମୋଦିଙ୍କୁ ଭୋଟ ଦେବା ପାଇଁ ଲୋକଙ୍କୁ ନିବେଦନ କରୁଛି। ଭାଜପା ସରକାରଙ୍କୁ ଆଗମୀ ନିର୍ବାଚନରେ ୪୦୦ ପାର୍‌ କରେଇବା ପାଇଁ ନାରା ଦେଇ ଏହି ଯାତ୍ରା ଆରମ୍ଭ କରିଛି। କଟକରେ ଭବ୍ୟ ସ୍ବାଗତ କରାଯାଇଥିବାରୁ ବହୁ ଖୁସି ଅନୁଭବ କରୁଛି ବୋଲି ସେ କହିଛନ୍ତି।

ଅପରପକ୍ଷରେ ଭାଜପା ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତଥା କର୍ପୋରେଟର ଗଗନ ଓଝା କହିଛନ୍ତି, ରାଜଲକ୍ଷ୍ମୀ ଭାରତ ଭ୍ରମଣ କରି ଭୋଟ ଫର୍‌ ମୋଦି ଯେଉଁ ପ୍ରୟାସ ଆରମ୍ଭ କରିଛନ୍ତି ତାହା ସମ୍ପୂର୍ଣ୍ଣ ଭାବେ ନିଆରା। ମୋଦି ସରକାରଙ୍କର ସମସ୍ତ କାର୍ଯ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବାର ଏକ ନୂଆ ପ୍ରୟାସ ରହିଛି। ରାଜଲକ୍ଷ୍ମୀଙ୍କ ଏହି ପ୍ରୟାସରେ ଲୋକେ ଅନୁପ୍ରାଣିତ ହେବେ ବୋଲି ଆଶା ରହିଛି। ଏହି କାର୍ଯ୍ୟକ୍ରମରେ ଭାଜପାର ବରିଷ୍ଠ ନେତା ଲକ୍ଷ୍ମୀଧର ବେହେରା, କର୍ପୋରେଟର ଗୋପାଳ ବେହେରା, ବୁଢ଼ା ଦଳାଇ, ରୀତା ମହାପାତ୍ର, ଶିବନାରାୟଣ ନାୟକ, ସଞ୍ଜୟ ଦାଶ, ନବ ଦାସ ଓ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?