ରାଜନୀତିରେ ହଲଚଲ୍‌: ନବୀନ ନିବାସରେ ମୋହନ

ଭୁବନେଶ୍ୱର,୨୩।୮: ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେଠାରେ ବିରୋଧୀ ଦଳ ନେତା ନବୀନଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ । ବିରୋଧୀ ଦଳ ନେତା ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ  ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ।
ଉଲ୍ଲେଖଯୋଗ୍ୟ, ଜୁନ୍‌ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ସେବେଠାରୁ ନବୀନ ନିବାସରେ ସେ ରହିବା ସହିତ ଦଳୀୟ ନେତୃବୃନ୍ଦଙ୍କ ସହିତ କମ୍‌ ସାକ୍ଷାତ ଆଲୋଚନା କରୁଥିବା ଜଣାଯାଇଛି। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ନେଇ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ ଦେବ କହିଛନ୍ତି, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛୁ ସେ ଖୁବ୍‌ଶୀଘ୍ର ଭଲ ହୋଇଯାଆନ୍ତୁ। ଏହାସହିତ ତାଙ୍କ ପ୍ରତି ରାଜ୍ୟବାସୀଙ୍କ ଆଶୀର୍ବାଦ ରହିଛି।

ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଥିଲେ। ସମ୍ପୂର୍ଣ୍ଣସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ଭେଟିବାକୁ ବି କହଥିଲେ ପ୍ରଧାନମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଭିଏତନାମ ଯୁଦ୍ଧ କଥା ମନେପକାଇ ଆମେରିକାକୁ ଘେରିଲା ଇରାନ, କହିଲା ‘ବିଜୟର ମିଥ୍ୟା ଦାବି କରିବା ବନ୍ଦ କର…’

ତେହରାନ୍‌,୨୧।୩: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ମନ୍ତବ୍ୟ…

ମଧ୍ୟପ୍ରାଚ୍ୟ ଅଭିମୁଖେ ୟୁଏସ୍‌ଏସ୍‌ ଟ୍ରିପୋଲି

ଓ୍ବାଶିଂଟନ,୨୧ା୩: ଆମେରିକା ନୌସେନା ଯୁଦ୍ଧଜାହାଜ ୟୁଏସ୍‌ଏସ୍‌ ଟ୍ରିପୋଲି ମଧ୍ୟପ୍ରାଚ୍ୟ ଅଭିମୁଖେ ଅଗ୍ରସର ହେଉଛି। ଏଥିରେ ୨,୨୦୦ ସୈନ୍ୟ ରହିଥିବାରୁ ଉକ୍ତ ଅଞ୍ଚଳରେ ଆମେରିକା ଅଧିକ ସେନା ନିୟୋଜିତ…

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri