ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ରାଜନଙ୍କ ପରାମର୍ଶ

ମୁମ୍ବାଇ: ଘରୋଇ ବଜାରରେ ଅନାଦାୟ ଋଣ (ଏନ୍‌ପିଏ) ବ୍ୟାଙ୍କଗୁଡିକ ଲାଗି ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ସମସ୍ୟା ସହ ବ୍ୟାଙ୍କଗୁଡିକ ଜୁଝୁଥିବା ବେଳେ ଏହା ସରକାରଙ୍କ ଲାଗି ଚିନ୍ତାର କାରଣ ପାଲଟିଛି। କାରଣ ଏନ୍‌ପିଏ ଯୋଗୁ ବ୍ୟାଙ୍କଗୁଡିକର ପରିଚାଳନାରେ ବ୍ୟାଘାତ ସୃଷ୍ଟି ହେଉଛି। ଏଭଳି ସ୍ଥିତିକୁ ସମ୍ଭାଳିବା ଲାଗି ଦେଶ ମଧ୍ୟରେ ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ କରିବା ନେଇ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ସରକାରଙ୍କୁ ସୋମବାର ପରାମର୍ଶ ଦେଇଛନ୍ତି। ସେହିଭଳି କେତେକ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ଘରୋଇକରଣ କରିବା ଏବଂ ଆର୍ଥତ୍କ ସେବା ବିଭାଗର ଭୂମିକାକୁ ହ୍ରାସ କରିବା ଦିଗରେ ମଧ୍ୟ ମତ ରଖିଛନ୍ତି।
ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରର ଅଭିବୃଦ୍ଧି ଲାଗି ସଂସ୍କାର ଧାରା ଗ୍ରହଣ କରିବା ଆବଶ୍ୟକତା ରହିଛି ବୋଲି ‘ଇଣ୍ଡିଆନ ବ୍ୟାଙ୍କସ:ଏ ଟାଇମ୍‌ ଟୁ ରିଫର୍ମ?’ ନାମକ ଏକ ପେପରରେ ଏଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଗୁରୁତ୍ୱାରୋପ କରାଯାଇଛି। ଏହି ପେପରକୁ ରାଜନ ଏବଂ ରିଜର୍ଭ ବ୍ୟାଙ୍କର ପୂର୍ବତନ ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ପ୍ରସ୍ତୁତ କରିଛନ୍ତି। ପେପରରେ କୁହାଯାଇଛି ଯେ, ଆର୍ଥତ୍କ ଏବଂ ଟେକ୍ନୋଲୋଜି କ୍ଷେତ୍ରରେ ନିପୁଣ ରହିଥିବା ଘରୋଇ କ୍ଷେତ୍ର ନିବେଶକଙ୍କୁ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ସୁଯୋଗ ଦିଆଯାଇ ପାରିବ।
କେବଳ ଋଣ ପ୍ରଦାନ କରିବା ଲାଗି ବ୍ୟାଙ୍କଗୁଡିକ ନିର୍ଦ୍ଦେଶ ନ ଦେଇ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣ, ଫାଇନାନ୍ସ ଭିତ୍ତିଭୂମି ଗଠନ ଏବଂ ଶିଳ୍ପ କ୍ଷେତ୍ରକୁ ପ୍ରୋତ୍ସାହନ ଏବଂ କେତେକ କ୍ଷେତ୍ରରେ ବିଭିନ୍ନ ନିୟନ୍ତ୍ରଣ ପଦକ୍ଷେପ ଜାରି କରିବାକୁ ବ୍ୟାଙ୍କଗୁଡିକୁ ପ୍ରସ୍ତୁତ କରିବାର ଆବଶ୍ୟକତା ରହିଛି। ସେହିଭଳି ଘରୋଇ ସମ୍ପତ୍ତି ପରିଚାଳନା ଏବଂ ରାଷ୍ଟ୍ରାୟତ୍ତ ସମ୍ପତ୍ତି ପରିଚାଳନା କରିବା ଲାଗି ‘ବ୍ୟାଡ୍‌ ବ୍ୟାଙ୍କ’କୁ ଉତ୍ସାହିତ କରିବା ଲାଗି ପେପରରେ ଗୁରୁତ୍ୱାରୋପ କରାଯାଇଛି। ସେହିଭଳି ଚାପଗ୍ରସ୍ତ ସମ୍ପତ୍ତି ବିକ୍ରି ଲାଗି ଅନ୍‌ଲାଇନ ବ୍ୟବସ୍ଥା କରିବା ଉପରେ ମଧ୍ୟ ପରାମର୍ଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri