ରଜାପଡ଼ା ଚାମ୍ପିଅନ୍: କୁଶୁର୍ଲା କପ୍ ୨୦୨୫ ନକ୍ ଆଉଟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

କର୍ଲାମୁଣ୍ଡା,୩୦।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁଶୁର୍ଲାଠାରେ ହରଗୌରୀ ଯୁବକ ସଂଘ ପକ୍ଷରୁ ଆୟୋଜିତ ‘କୁଶୁର୍ଲା କପ୍ ୨୦୨୫’ ନକ୍ ଆଉଟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି।

ଫାଇନାଲ୍ ମ୍ୟାଚ୍ ରଜାପଡ଼ା ଏବଂ ଟକର୍ଲା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ ସମୟରେ ଉଭୟ ଦଳ ଗୋଟିଏ ଲେଖାଏଁ ଗୋଲ୍ ଦେବାରୁ ଫଳାଫଳ ପାଇଁ ଟ୍ରାଇବ୍ରେକରର ସାହାଯ୍ୟ ନିଆଯାଇଥିଲା। ଟ୍ରାଇବ୍ରେକରରେ ରଜାପଡ଼ା ଦଳ ୩-୨ ଗୋଲ୍‌ରେ ବିଜୟୀ ହୋଇ ଚାମ୍ପିଅନ୍ ଟ୍ରଫି ହାସଲ କରିଥିଲା।

ପୁରସ୍କାର ବିତରଣ ସଭାରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲାପାଳ ଡକ୍ଟର ନୃପରାଜ ସାହୁ, ସୁବର୍ଣ୍ଣପୁର ଆରକ୍ଷୀ ଅଧୀକ୍ଷକ ନାରାୟଣ ନାଏକ, ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଏବଂ ମେରା ଯୁବ ଭାରତ କଳାହାଣ୍ଡିର ଜିଲା ସଂଯୋଜକ ପ୍ରସନ୍ନ କୁମାର ମେହେର ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ସହିତ ନଗଦ ଅର୍ଥରାଶି ପ୍ରଦାନ କରିଥିଲେ ଏବଂ ଅନ୍ୟାନ୍ୟ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ।

ଏହି ଟୁର୍ଣ୍ଣାମେଣ୍ଟ ହରଗୌରୀ ଯୁବକ ସଂଘ ଦ୍ୱାରା ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘ମୋ ଭାରତ’ କଳାହାଣ୍ଡି ଶାଖାର ସହାୟତାରେ ଗତ ରବିବାରଠାରୁ ଆୟୋଜିତ ହୋଇଥିଲା। ଯୁଗଳ ନାଗ ଓ ସନ୍ତୋଷ ସୁନା ପୁରସ୍କାର ବିତରଣ ସଭାକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri