Posted inଜାତୀୟ

ରାଜସାକ୍ଷୀ ହେବେ ସିସୋଡିଆଙ୍କ ସହଯୋଗୀ

ନୂଆଦିଲ୍ଲୀ,୮।୧୧: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘନିଷ୍ଠ ସହଯୋଗୀ ଦିନେଶ ଆରୋରା ରାଜସାକ୍ଷୀ ହେବା ଲାଗି ନିଷ୍ପତ୍ତି ନେଇଛନ୍ତି। ଏହା ସିସୋଡିଆଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ ବୋଲି କୁହାଯାଉଛି। ମାମଲାର ସାକ୍ଷୀ ଭାବେ ଆରୋରାଙ୍କୁ ଆଗୁଆ ଜାମିନରେ ନେବା ଲାଗି ସିବିଆଇ ଅଦାଲତଙ୍କ ଅନୁମତି ଲୋଡ଼ିଛି। ମାମଲାର ଅନ୍ୟ ଅଭିଯୁକ୍ତମାନଙ୍କ ସହ ବ୍ୟବସାୟୀ ଆରୋରାଙ୍କର ଘନିଷ୍ଠ ସମ୍ପର୍କ ରହିଛି। ନୂଆ ଅବକାରୀ ନୀତିରେ ମଦ ଲାଇସେନ୍ସ ପ୍ରଦାନରେ ହୋଇଥିବା ଅର୍ଥ କାରବାର ସହ ସେ ସମ୍ପୃକ୍ତ ଥିଲେ। ତେବେ କମିଶନ କାରବାରରେ ସେ ଲାଭବାନ୍‌ ହୋଇ ନ ଥିଲେ। ସେ ତଦନ୍ତରେ ସହଯୋଗ କରୁଥିବା ସିବିଆଇ କହିଛି। ରାଜଧାନୀରେ ମଦ ବିକ୍ରି ପାଇଁ ଦିଲ୍ଲୀ ସରକାର ଆଣିଥିବା ନୂଆ ଅବକାରୀ ନୀତିରେ ଅନିୟମିତତା ରହିଥିବା ନେଇ ଉପରାଜ୍ୟପାଳ ଅଭିଯୋଗ ଆଣିଥିଲେ। ଏଥିସହ ସେ ସିବିଆଇକୁ ଏହାର ତଦନ୍ତ ଦାୟିତ୍ୱ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନୂଆ ନୀତିକୁ ରଦ୍ଦ କରି ପୁନର୍ବାର ପୁରୁଣା ନୀତି କାର୍ଯ୍ୟକାରୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri