Posted inଜାତୀୟ

ରାଜସ୍ଥାନ ନିର୍ବାଚନକୁ ନେଇ ନିର୍ବାଚନ ଆୟୋଗଙ୍କ ବଡ ସୂଚନା, ଖୁବଶୀଘ୍ର ହୋଇପାରେ ତାରିଖ ଘୋଷଣା

ଜୟପୁର,୧।୧୦: ଚଳିତ ବର୍ଷ ନଭେମ୍ବର-ଡିସେମ୍ବରରେ ଯେଉଁଠାରେ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି।ରାଜସ୍ଥାନ ମଧ୍ୟ ସେହି ୫ଟି ରାଜ୍ୟରେ ଅନ୍ତର୍ଭୁକ୍ତ ହୋଇଛି । ତେବେ ନିର୍ବାଚନ କମିଶନଙ୍କ ପକ୍ଷରୁ ଏବେ ପର୍ଯ୍ୟନ୍ତ ତାରିଖ ଘୋଷଣା କରାଯାଇନାହିଁ। ଏହି ସମୟରେ ଖୁବ ଶୀଘ୍ର ନିର୍ବାଚନ ତାରିଖ ଘୋଷଣା ହୋଇପାରେ ବୋଲି ଖବର ରହିଛି। ନିର୍ବାଚନ ଆୟୋଗ ମଧ୍ୟା ଏହା ଉପରେ ସଙ୍କେତ ଦେଇଛନ୍ତି।

ଏଏନଆଇର ସୂଚନା ଅନୁଯାୟୀ, ରାଜସ୍ଥାନ ବିଧାନସଭା ନିର୍ବାଚନର ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଗତ ଦୁଇ ଦିନ ମଧ୍ୟରେ ଆମେ କେନ୍ଦ୍ର ସରକାର ଏବଂ ରାଜ୍ୟ କାର୍ଯ୍ୟକାରୀ ଏଜେନ୍ସି ବ୍ୟତୀତ ସମସ୍ତ ଆଞ୍ଚଳିକ ଦଳ, ଜାତୀୟ ସ୍ତରରେ ସ୍ବୀକୃତିପ୍ରାପ୍ତ ଦଳଙ୍କୁ ଭେଟିଛୁ ଓ ବିସ୍ତୃତ ଚର୍ଚ୍ଚା କରିଛୁ।
ସେ ଆହୁରି ମଧ୍ୟ କହିଛନ୍ତି, ସରକାର ଏବଂ ଏଜେନ୍ସି ସହ କଥା ହେବା ପରେ ଆମେ ଡିଏମ, ଏସପିଏସ, ଆଇଜି, ଡିଜି, କମିଶନର ଏବଂ ରାଜ୍ୟ ସରକାରଙ୍କ ସମସ୍ତ ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛୁ। ରାଜନନୈତିକ ଦଳ ଆମକୁ ଏହି ବୈଠକରେ କହିଛନ୍ତି ଯେ ନିର୍ବାଚନ ମୁକ୍ତ ଏବଂ ନିରପେକ୍ଷ ହେବା ନିଶ୍ଚିତ ହେବା ଉଚିତ। ଯେଉଁମାନେ ଟଙ୍କା ବଣ୍ଟନ କରୁଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଗୁରୁତ୍ୱପୂର୍ଣ୍ଣ ମତଦାନ କେନ୍ଦ୍ରରେ ମଧ୍ୟ ସାମରିକ ବାହିନୀ ନିୟୋଜିତ କରାଯିବା ଉଚିତ।
ସୂଚନାଯୋଗ୍ୟ, ରାଜସ୍ଥାନ ବିଧାନସଭାର କାର୍ଯ୍ୟକାଳ ୧୪ଜାନୁୟାରୀ ୨୦୨୪ରେ ଶେଷ ହେଉଛି। ଏଭଳି ପରିସ୍ଥିତିରେ ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ମତଦାନ ହେବ ବୋଲି ଆଶା କରାଯାଉଛି। ୨୦୦ ସଦସ୍ୟ ବିଶିଷ୍ଟ ରାଜସ୍ଥାନ ବିଧାନସଭାରେ ସଂଖ୍ୟାଗରିଷ୍ଠତା ପାଇଁ ୧୦୧ ଟି ଆସନ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri