Posted inଜାତୀୟ

ଯଦି ରାଜସ୍ଥାନରେ କଂଗ୍ରେସ ନିର୍ବାଚନ ଜିତେ ତେବେ କିଏ ହେବେ ମୁଖ୍ୟମନ୍ତ୍ରୀ, ପାଇଲଟ ଦେଲେ ସୂଚନା

ଜୟପୁର,୧୮।୯: ରାଜସ୍ଥାନରେ ବିଧାନସଭା ନିର୍ବାଚନକୁ ନେଇ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏହି ସମୟରେ ଏକ ପ୍ରଶ୍ନ ରାଜ୍ୟ ରାଜନୀତିରେ ଘୂରି ବୁଲୁଛି। ପ୍ରଶ୍ନ ହେଉଛି ଯଦି କଂଗ୍ରେସ ରାଜ୍ୟରେ କ୍ଷମତାକୁ ଫେରିବ, ତେବେ ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବେ ଅଶୋକ ଗେହଲଟ ନା ସଚିନ ପାଇଲଟ। ତେବେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ନିଜେ ବର୍ତ୍ତମାନ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଏହା ସହିତ ଏଥର ରାଜସ୍ଥାନରେ କଂଗ୍ରେସ ସରକାର ଗଠନ କରିବ ବୋଲି ସେ ମଧ୍ୟ ଦାବି କରିଛନ୍ତି।

ହାଇଦ୍ରାବାଦରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ବୈଠକ ପରେ ଖବରଦାତାମାନେ ସଚିନ ପାଇଲଟଙ୍କୁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ପଦ ବିଷୟରେ ପଚାରିଥିଲେ, ଯଦି ରାଜସ୍ଥାନରେ କଂଗ୍ରେସ ସରକାର ଗଠନ ହୁଏ ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନର ଉତ୍ତରରେ ପାଇଲଟ କହିଛନ୍ତି, ଆମେ ଏକ ମିଳିତ ଦଳ ଭାବେ ଆଗକୁ ବଢୁଛୁ। ଆମର ଶୀର୍ଷ ନେତୃତ୍ୱ ଏହି ଅଭିଯାନ ନେତୃତ୍ୱ ନେବେ। ଆମେ ଏକଜୁଟ ହୋଇ ନିର୍ବାଚନ ଲଢିବା। ଯଦି ଆମକୁ ସରକାର ଗଢିବାକୁ ସୁଯୋଗ ମିଳିବ ତେବେ ନବ ନିର୍ବାଚିତ ବିଧାୟକ ଏବଂ ଦଳର ନେତୃତ୍ୱ ନିଷ୍ପତ୍ତି ନେବେ କିଏ ସରକାରର ନେତୃତ୍ୱ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri