Posted inଜାତୀୟ

ଭାଜପାର ବିଧାନସଭା ରଣନୀତି ପ୍ରସ୍ତୁତ: ଜାଣନ୍ତୁ କିଏ ହେବେ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଚେହେରା

ଜୟପୁର,୨୦।୬: ଚଳିତ ବର୍ଷ ଶେଷ ସୁଦ୍ଧା ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ, ତେଲଙ୍ଗାନା ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ନେତୃତ୍ୱ ଏକ ରଣନୀତି ପ୍ରସ୍ତୁତ କରିଛନ୍ତି। ଭାଜପା ରଣନୀତିରେ ଦୁଇଟି ଜିନିଷ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏଥିରେ ପ୍ରଥମ କଥା ହେଉଛି ଏହି ପାଞ୍ଚଟି ରାଜ୍ୟରେ ନିର୍ବାଚନ ସାମୂହିକ ନେତୃତ୍ୱରେ ଲଢେଇ ହେବ। କୌଣସି ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଚେହେରା କରାଯିବନାହିଁ। ନିର୍ବାଚନ ସମୟରେ ସ୍ଥାନୀୟ ପ୍ରସଙ୍ଗ ଉପରେ ଧ୍ୟାନ ଦିଆଯିବ। ରାଜ୍ୟରେ ନେତା ଓ ପ୍ରସଙ୍ଗଗୁଡ଼ିକୁ ଆଗରେ ରଖାଯିବ। ଏହା ସହିତ ଭାଜପା ନିଷ୍ପତ୍ତି ନେଇଛି ଯେ ରାଜସ୍ଥାନରେ ଦଳିତ, ପଛୁଆ ଏବଂ ମହିଳାମାନଙ୍କୁ ରାଜସ୍ଥାନରେ ନିର୍ବାଚନ ପ୍ରସଙ୍ଗ କରିବ।

ଭାଜପାର ଜଣେ ବରିଷ୍ଠ ନେତା କହିଛନ୍ତି ଯେ ଛତିଶଗଡ, ରାଜସ୍ଥାନ ଏବଂ ତେଲଙ୍ଗାନାରେ ମୁଖ୍ୟମନ୍ତ୍ରୀ ପ୍ରୋଜେକ୍ଟ କରାଯିବନାହିଁ। ମଧ୍ୟପ୍ରଦେଶ ଏବଂ ମଣିପୁରରେ ଭାଜପା ସରକାର ଅଛି, ତେଣୁ ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା ପ୍ରୋଜେକ୍ଟ କରିବାର କୌଣସି ଆବଶ୍ୟକତା ନାହିଁ । ମଧ୍ୟପ୍ରଦେଶରେ ଶିବରାଜ ସିଂ ଚୌହାନଙ୍କ ନେତୃତ୍ୱରେ ନିର୍ବାଚନ ହେବ କି? ଏହି ପ୍ରଶ୍ନର ଉତ୍ତରରେ ଭାଜପା ନେତା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ , ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ବଡ ନେତା ସାମୂହିକ ନେତୃତ୍ୱରେ ଅଛନ୍ତି। ସରଳ ଭାବରେ କହିବାକୁ ଗଲେ ଏହା ହେଉଛି ଭାଜପା ବନାମ କଂଗ୍ରେସ ଲଢେଇ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?