Posted inଜାତୀୟ

ଗେହଲଟଙ୍କ ପାଖରେ ବସିବେ ନାହିଁ ପାଇଲଟ, ଜାଣନ୍ତୁ କାହିଁକି

ଜୟପୁର,୧୪।୮: ରାଜସ୍ଥାନ କଂଗ୍ରେସରେ ଯଦିଓ ସବୁ ସ୍ବାଭାବିକ ହୋଇଛି କିନ୍ତୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ଆଗକୁ ମଧ୍ୟ ତିକ୍ତ ବାସ୍ତବତାକୁ ସାମ୍ନା କରିବାକୁ ପଡିବ। ଉପମୁଖ୍ୟମନ୍ତ୍ରୀ ପଦରୁ ପଟାଯିବା ପରେ ସଚିନ ବିଧାନସଭାରେ ଅଶୋକ ଗେହଲଟଙ୍କ ପାଖ ସିଟ୍‌ରେ ନ ବସି ନିର୍ଦ୍ଦଳୀୟ ବିଧାୟକ ସଞ୍ଜୟ ଲୋଢାଙ୍କ ପାଖରେ ସିଟ୍‌ ଆଲର୍ଟ କରାଯାଇଛି। ରାଜସ୍ଥାନ ବିଧାନସଭା ଅଧ୍ୟକ୍ଷ ସିପି ଯୋଶୀ ବିଧାନସଭାରେ ବିଧାୟକମାନେ ବସିବା ପାଇଁ ନୂଆ ନିୟମ ଜାରି କରିଛନ୍ତି। ଏହା ମୁତାବକସଚିନ ପାଇଲଟଙ୍କ ସ୍ଥାନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶାନ୍ତି ଧାରୀଓ୍ବାଲ ମୁଖ୍ୟମନ୍ତ୍ରୀ ପାଖ ସିଟ୍‌ରେ ବସିବେ। ପାଇଲଟଙ୍କ ଏବେ ମନ୍ତ୍ରୀ ନ ଥିବାରୁ ପରିବହନ ମନ୍ତ୍ରୀ ପ୍ରତାପସିଂହ ଖାଚରିୟାଓ୍ବାସ ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ରଘୁ ଶର୍ମାଙ୍କ ପଛ ୧୨୭ ନମ୍ବର ସିଟ୍‌ ତାଙ୍କୁ ଦିଆଯାଇଛି। ଉଲ୍ଲେଖନୀୟ କଥା ହେଉଛି, କିଛି ଦିନ ପୂର୍ବରୁ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟ ପରସ୍ପର ଝଗଡା ଲାଗିଥିଲେ। ପରେ ସଚିନଙ୍କୁ ଉପମୁଖ୍ୟମନ୍ତ୍ରୀ ପଦରୁ ହଟାଯାଇଥିଲା। ହାଇକମାଣ୍ଡଙ୍କ ବୁଝାସୁଝା ପରେ ଏବେ ସ୍ବାଭାବିକ ସ୍ଥିତିକୁ ମାମଲା ଫେରିଥିଲା। ପ୍ରାୟ ଏକ ମାସ ପରେ ଅଶୋକ ଗେହଲୋଟଙ୍କ ଘରକୁ ଯାଇ ତାଙ୍କୁ ଭେଟିଥିଲେ। ଅଶୋକ ଗେହଲୋଟ ବଡ ଭାଇ ପରି ସଚିନ ପାଇଲଟଙ୍କ କୋଳାଇ ନେଲେ। ପରେ ଦୁଇ ନେତା ବିଜୟର ସଙ୍କେତ ଦେଇ ରାଜସ୍ଥାନରେ ସବୁ ଠିକ ଅଛି ବୋଲି ବାର୍ତ୍ତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri