Posted inଜାତୀୟ

କୋଭିଡ୍‌ ନିୟମ ଭୁଲି ନାଚିଲେ ଭାଜପା ଏମ୍‌ପି

ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ ନାହାନ୍ତି ରାଜନେତା। ଏହାର ଜ୍ୱଳନ୍ତ ଉଦ୍‌ହାରଣ ଦେଖିବାକୁ ମିଳିଛି ରାଜସ୍ଥାନର ସଓ୍ବାଇ ମାଧପୁର ଜିଲା ବମନଓ୍ବାସ ସବ୍‌ ଡିଭିଜନର ବଦିଲା ଗ୍ରାମରେ ଆୟୋଜିତ ଏକ ବିବାହ ଉତ୍ସବରେ। ଗତ ୨୦ ତାରିଖରେ ଆୟୋଜିତ ଏହି ବିବାହ ଉତ୍ସବରେ ଯୋଗ ଦେଇଥିଲେ ରାଜସ୍ଥାନ ଭାଜପା ଏମ୍‌ପି କିରୋଡି ଲାଲ ମିନା। ତାଙ୍କ ସହ ଥିଲେ ପେଶାରେ ଡାକ୍ତର କଂଗ୍ରେସ ବିଧାୟକ ଇନ୍ଦ୍ରା ମିନା। ଦୁହେଁ ଲୋକଗୀତ ଗାଇବା ସହ ଉତ୍ସବରେ ମନ ଦେଇ ନାଚିଥିଲେ, ଯାହାର ଭିଡିଓ ଏବେ ଭାଇରାଲ ହେଉଛି ସୋସିଆଲ ମିଡିଆରେ।

ଏହି ଭିଡିଓରେ ରାଜସ୍ଥାନ ଏମ୍‌ପି ଓ ବିଧାୟକ ଲୋକଗୀତରେ କିଛି ଲୋକଙ୍କ ସହ ନାଚୁଥିବା ଦେଖିବାକୁ ମିଳୁଛି। ତେବେ ଏମ୍‌ପି ମାସ୍କ ପିନ୍ଧି ଥିବାବେଳେ ଅନ୍ୟମାନେ ବିନା ମାସ୍କରେ ନାଚୁଛନ୍ତି। ଯେଉଁଠି ମାସ୍କ ନାହିଁ ସେଠି ସାମାଜିକ ଦୂରତା ନିୟମର ପାଳନ ହେବାର ପ୍ରଶ୍ନ ହିଁ ଉଠୁନି। ଏସବୁ ପୁଣି ପୋଲିସ ଉପସ୍ଥିତିରେ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri