Posted inଜାତୀୟ

ଦିନ ସାରା ଅଟକି ରହିଲା ହେଲିକପ୍ଟର, ଆସିଲେନି ୬ ବିଧାୟକ: ଜାଣନ୍ତୁ କ’ଣ ରହିଛି ପୂରା ଘଟଣା

ଜୟପୁର,୯।୮: ରାଜସ୍ଥାନରେ କଂଗ୍ରେସ ପରେ ଏବେ ଭାଜପା ନିଜ ଗଡକୁ ବଞ୍ଚାଇବାକୁ ଚେଷ୍ଟା କରୁଛି। ଭାଜପା ଏହାର ୧୮ ଜଣ ବିଧାୟକଙ୍କୁ ଗୁଜରାଟ ପଠାଇଛି। କିନ୍ତୁ ଦଳର ୬ ଜଣ ବିଧାୟକ ରାଜ୍ୟ ବାହାରକୁ ଯିବାକୁ ମନା କରିଦେବାରୁ ଏହାକୁ ନେଇ ଚର୍ଚ୍ଚା ହେଉଛି। ସୂଚନାନୁସାରେ, ଶନିବାର ଦିନ ହେଲିକପ୍ଟରଟି ଦିନସାରା ହଟକି ଥିଲା, କିନ୍ତୁ ଜାଲୱାଡ ଏବଂ ଧୋଲପୁରର ଭାଜପା ବିଧାୟକମାନେ ମଧ୍ୟପ୍ରଦେଶ ଏବଂ ଗୁଜରାଟ ଯିବାକୁ ମନା କରିଦେଇଥିଲେ। ଏହାକୁ ନେଇ ଆଲୋଚନା ଆରମ୍ଭ ହୋଇଛି

ରାଜ୍ୟରେ ପୋଲିସ ଅଧିକାରୀ ଏବଂ କଣ୍ଟ୍ରାକ୍ଟରମାନେ କଂଗ୍ରେସ ପକ୍ଷରୁ ଭାଜପା ବିଧାୟକଙ୍କ ସହ ଯୋଗାଯୋଗ କରୁଛନ୍ତି। ବିଶେଷକରି ଗରିବ ଏବଂ ଆଦିବାସୀ ବିଧାୟକଙ୍କୁ ଟାର୍ଗେଟ କରାଯାଉଛି, ଯେଉଁମାନେ ଟଙ୍କା ଏବଂ ଲୋଭ ଦେଇ ସେମାନଙ୍କୁ କଂଗ୍ରେସକୁ ଆଣିବାକୁ ଚେଷ୍ଟା କରୁଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ ସଭାପତି ସତୀଶ ପୁନିଆ କହିଛନ୍ତି ଯେ ଏ ବାବଦରେ ତାଙ୍କର ଦୃଢ ପ୍ରମାଣ ଅଛି ଏବଂ ଖୁବଶୀଘ୍ର ବଡ ଖୁଲାସା କରିବାକୁ ଯାଉଛନ୍ତି। ମାନସିକ ଦୁଃଶ୍ଚିନ୍ତା ଏବଂ ରାଜ୍ୟ ସରକାରଙ୍କ ଆଖିରୁ ବର୍ତ୍ତିବାପାଇଁ ବିଧାୟକମାନେ ଗୁଜରାଟ ଏବଂ ମଧ୍ୟ ପ୍ରଦେଶ ଆସିଛନ୍ତି ବୋଲି ସେ କହିଛନ୍ତି। ତେବେ ହେଲିକପ୍ଟର ଆସିବା ସତ୍ତ୍ୱେ ୬ ବିଧାୟକ ନ ଯିବା ଏବେ ଦଳରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନାଯୋଗ୍ୟ, ଅଗଷ୍ଟ ୧୪ରେ ରାଜ୍ୟ ବିଧାନସଭା ଅଧିବେଶନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri