Posted inଜାତୀୟ

୩ ମିନିଟ୍‌ ପର୍ଯ୍ୟନ୍ତ ବିଧାନସଭାରେ ପୂର୍ବ ବର୍ଷର ବଜେଟ୍‌ ଉପସ୍ଥାପନ କରୁଥିଲେ ମୁଖ୍ୟମନ୍ତ୍ରୀ: ଜାଣିବା ପରେ ମାଗିଲେ କ୍ଷମା

ଜୟପୁର,୧୦।୨: ରାଜସ୍ଥାନ ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପନ ହୋଇଛି। ବଜେଟ୍‌ ଉପସ୍ଥାପନ କରୁଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିଛି। ସେ ବଜେଟ ଭାଷଣ ଆରମ୍ଭ ସମୟରେ ପୂର୍ବ ବର୍ଷର ବଜେଟ ପଢିଥିଲେ। ପୂର୍ବ ବଜେଟରେ ଇନ୍ଦିରା ଗାନ୍ଧୀ ସହରା ଅଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଯୋଜନା କାର୍ଯ୍ୟକାରୀ ହେବା ସତ୍ତ୍ୱେ ଏହାକୁ ପୁଣିଥରେ ଏହି ବଜେଟ ଭାଷଣରେ ପଢାଯାଇଥିଲା। ସଦସ୍ୟମାନେ ଏହା ଅନୁଭବ କରିବାରୁ, ମୁଖ୍ୟମନ୍ତ୍ରୀଙ୍କୁ ଏ ବିଷୟରେ ଅବଗତ କରାଯାଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ବଜେଟ ଭାଷଣକୁ ବନ୍ଦ କରିଥିଲେ।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଏହି ଭୁଲକୁ ଅବହେଳା ପ୍ରସଙ୍ଗ କରି ବିରୋଧୀଦଳ ଗୃହରେ ହଙ୍ଗାମା ଆରମ୍ଭ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭୁଲ ବୁଝିପାରି କ୍ଷମା ମାଗିଥିଲେ। ଏହା ପରେ ମଧ୍ୟ ବିରୋଧୀ ଶାନ୍ତ ପଡି ନ ଥିଲେ। ବିରୋଧୀ ଦଳର ଆଭିମୁଖ୍ୟ ଦେଖି ବାଚସ୍ପତି ସମସ୍ତଙ୍କୁ ଶାନ୍ତି ବଜାୟ ରଖିବାକୁ ନିବେଦନ କରିଥିଲେ। ଏହା ପରେ ମଧ୍ୟ ବିରୋଧୀଦଳ ଶାନ୍ତ ନ ହେବାରୁ ବାଚସ୍ପତି ଗୃହକୁ ଅଧ ଘଣ୍ଟା ସ୍ଥଗିତ କରିଥିଲେ।
ପ୍ରଥମ ଥର ପାଇଁ ବଜେଟ ସମୟରେ ରାଜସ୍ଥାନରେ ଗୃହର ପ୍ରକ୍ରିୟା ସ୍ଥଗିତ ରଖିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri