Posted inଖେଳ

ରାଜସ୍ଥାନ ଅଧିନାୟକଙ୍କୁ ଜରିମାନା

ଅହମଦାବାଦ,୧୦ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳାଯାଇଥିବା ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚରେ ଏକ ସ୍ଲୋ ଓଭର ରେଟ୍‌ ପାଇଁ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମ୍‌ସନଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା କରାଯାଇଛି।

ବୁଧବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଗୁଜରାଟ ୨୧୮ରନର ଟାର୍ଗେଟ ଧାର୍ଯ୍ୟ କରିଥିଲା। ରୟାଲ୍ସ ଦଳ ୧୯.୨ ଓଭରରେ ୧୫୯ ରନ କରି ଅଲଆଉଟ ହୋଇଯାଇଥିଲା। ଗୁଜରାଟ ଏହି ମ୍ୟାଚ ୫୮ରନରେ ଜିତି ନେଇଥିଲା। ମ୍ୟାଚରେ ଧାର୍ଯ୍ୟ ସମୟ ମଧ୍ୟରେ ଗୋଟିଏ ଓଭର ପଛରେ ରହିଯାଇଥିବାରୁ ରାଜସ୍ଥାନ ରୟାଲ୍ସ ଅଧିନାୟକଙ୍କୁ ଜରିମାନା କରାଯାଇଥିବା ଆଇପିଏଲ୍‌ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

ଆଇପିଏଲ ଆଚରଣ ସଂହିତାର ଧାରା ୨.୨୨ ଅଧୀନରେ ରାଜସ୍ଥାନ ଦଳର ସିଜନରେ ଏହା ହେଉଛି ଦ୍ୱିତୀୟ ଅପରାଧ ଯେଉଁଥିରେ କି ସର୍ବନିମ୍ନ ଓଭରରେଟ୍‌ ଅପରାଧ ପାଇଁ ସାମସନଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା କରାଯାଇଛି।

ଇମ୍ପାକ୍ଟ ଖେଳାଳିଙ୍କ ସମେତ ଦଳର ଅନ୍ୟ ଖେଳାଳିମାନଙ୍କୁ ୬ଲକ୍ଷ ଟଙ୍କା କିମ୍ବା ସେମାନଙ୍କ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା ଦେବାକୁ ପଡ଼ିବ, ଯାହାର ପରିମାଣ କମ୍‌ ରହିବ। ଗୁଜରାଟ ଟାଇଟନ୍ସ ବର୍ତ୍ତମାନ ସୁଦ୍ଧା ଖେଳିସାରିଥିବା ୫ଟି ମ୍ୟାଚରେ ୪ ବିଜୟ ଓ ଗୋଟିଏ ପରାଜୟ ସହ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନରେ ପହଞ୍ଚି ପାରିଛି। ଅନ୍ୟପକ୍ଷରେ ରାଜସ୍ଥାନ ୫ଟି ଗେମ୍‌ରୁ ୨ ବିଜୟ ଓ ୩ ପରାଜୟ ସହ ଟେବୁଲର ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?