Posted inଜାତୀୟ

ରାଜସ୍ଥାନରେ ଘୁଞ୍ଚିଲା ବିଧାୟକ ଦଳ ବୈଠକ, ମଧ୍ୟପ୍ରଦେଶ ଭଳି ରାଜସ୍ଥାନରେ ମିଳିବ କି ନୂଆ ଚେହେରାଙ୍କୁ ସୁଯୋଗ

ଜୟପୁର,୧୧।୧୨: ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଭାଜପାରେ କସରତ ଜାରି ରହିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଦଳରେ ଅଡୁଆ ବଢାଇଦେଇଛନ୍ତି। ବିଶେଷ ସୂତ୍ରରୁ ପ୍ରକାଶ ଯେ, ଏକ ବର୍ଷ ପାଇଁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ହେବା ପାଇଁ ବସୁନ୍ଧରା ଦଳର କେନ୍ଦ୍ରୀୟ ନେତୃତ୍ୱକୁ ଦାବି କରିଛନ୍ତି। ଏହା ପରେ ସେ ନିଜେ ଏହି ପଦ ଛାଡିବେ ବୋଲି ବି କହିଛନ୍ତି। ତେବେ ଏହା ସହିତ ଦଳର ନେତୃତ୍ୱ ତାଙ୍କୁ ବାଚସ୍ପତି କରିବାକୁ ପ୍ରସ୍ତାବ ଦେଇଥିବା ଜଣାପଡିଛି। ହେଲେ ଦଳର ପ୍ରସ୍ତାବକୁ ସେ ମନା କରି ଦେଇଛନ୍ତି। ଇତି ମଧ୍ୟରେ ସୋମବାର ହେବାକୁ ଥିବା ବିଧାୟକ ଦଳ ବୈଠକ ମଙ୍ଗଳବାରକୁ ଘୁଞ୍ଚାଇ ଦିଆଯାଇଛି ।

ବସୁନ୍ଧରାଙ୍କ ଏହି ମନୋଭାବ ପାର୍ଟି ହାଇକମାଣ୍ଡଙ୍କ ଚିନ୍ତାକୁ ମଧ୍ୟ ବଢାଇ ଦେଇଛି। ସୂଚନାନୁସାରେ,  ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଠାଙ୍କୁ  ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ପଡ଼ିଛି। ସେ ରବିବାର ରାତିରେ ବସୁନ୍ଧରାଙ୍କ ସହ ଫୋନରେ କଥା ହୋଇଥିଲେ। ଏହି ସମୟରେ ସେ ରାଜେଙ୍କୁ ବିଧାୟକଙ୍କ ସହ ପୃଥକ ବୈଠକ ନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ନାମ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ଦଳର ସର୍ବୋଚ୍ଚ ନେତୃତ୍ୱକୁ ଛାଡିବାକୁ ପରାମର୍ଶ ଦେଇଥିବା ଚର୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri