Posted inଜାତୀୟ

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ କାର ଦୁର୍ଘଟଣା

ଜୟପୁର,୨୦।୧୨: ରାଜସ୍ଥାନର ନବ ନିର୍ବାଚତ ମୁଖ୍ୟମନ୍ତ୍ରୀ ଭଜନଲ ଶର୍ମା ମଙ୍ଗଳବାର ଭରତପୁର ଆସିଥିଲେ। ଭରତପୁରରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ତାଙ୍କ ବ୍ୟକ୍ତିଗତ ବାସଭବନକୁ ଯାଇ ସେଠାରେ ତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ଭରତପୁରର ସର୍କିଟ ହାଉସରେ ପହଞ୍ଚିଥିଲେ। ଭାରତପୁରର ସର୍କିଟ ହାଉସରେ କର୍ମୀ ଏବଂ ବିଭିନ୍ନ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।
ମୁଖ୍ୟମନ୍ତ୍ରୀ ସା ପ୍ରାୟ ୭ଟା ୩୦ରେ ଭରତପୁରରୁ ଗିରିରାଜ ଜୀଙ୍କୁ ଦେଖା କରିବାକୁ ଯାଇଥିଲେ, କିନ୍ତୁ ଗୋବର୍ଦ୍ଧନ ପହଞ୍ଚିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମାଙ୍କ କାରର ଚକ ରାସ୍ତା ପାର୍ଶ୍ୱରେ ଥିବା ଡ୍ରେନକୁ ଚାଲିଯାଇଥିଲା। ଯେଉଁଠାରେ ମୁଖ୍ୟମନ୍ତ୍ରୀ ବସିଥିଲେ ସେହି କାରର ପାର୍ଶ୍ୱ ହଠାତ୍‌ ତଳକୁ ଖସିଯାଇ ଗାଡି ଅଟକି ଗଲା। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟ ଏକ ଗାଡିରେ ପଠାଯାଇଥିଲା। ହିଙ୍ଗ ଜିଲା ପୋଲିସ ଅଧୀକ୍ଷକ ବ୍ରିଜେଶ ଜ୍ୟୋତି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କର କୌଣସି ପ୍ରକାରର କ୍ଷତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri