Posted inଜାତୀୟ

‘ହାଇ କମାଣ୍ଡ’ ଶବ୍ଦ ଏଠାରୁ ଅଦୃଶ୍ୟ, ୧୫୬ ଆସନ ପାଇଁ ଗେହଲୋଟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ

ଜୟପୁର,୨୭ ।୧: ରାଜସ୍ଥାନରେ ଚଳିତ ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏଥର ମଜଭୁତ ଭାବେ ଅଡି ବସିଛନ୍ତି । ତାଙ୍କୁ ଲାଗୁଛି କି ପୁଣିଥରେ ତାଙ୍କ ସରକାର ଫେରିବ । ସେ ସାଧାରଣତନ୍ତ୍ର ଦିବସରେ ଏକ ବଡ ସଙ୍କେତ ସହ ଏକ ବାର୍ତ୍ତା ଦେଇଛନ୍ତି ଏହି ବାର୍ତ୍ତାରେ ଟାଇମିଂର ଚର୍ଚ୍ଚା ଅଧିକ ରହିଛି । କାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଲୱାଡା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଗେହଲୋଟ କହିଛନ୍ତି ଗତ ଥରର ନିର୍ବାଚନ କଂଗ୍ରେସ ମୋଦି ଲହରରେ ହାରି ଯାଇଥିଲା ହେଲେ ଏଥର ସେମିତି ହେବ ନାହିଁ ।
ମୋଦିଙ୍କ ଗସ୍ତର ଗୋଟିଏ ଦିନ ପୂର୍ବରୁ ଏହି ବୟାନର ଅନେକ କାରଣ ବାହାରୁଛି । ଅନ୍ୟପଟେ ଗତବର୍ଷ ପ୍ରତ୍ୟେକ କଂଗ୍ରେସ ନେତା ହାଇ କମାଣ୍ଡଙ୍କ କଥା କହୁଥିଲେ, ହେଲେ ଏବେ ଲାଗୁଛି ସେ ହଠାତ୍ ବୋଧହୁଏ ହାଇ କମାଣ୍ଡ ଶବ୍ଦକୁ ଭୁଲି ଯାଇଛନ୍ତି । ତେଣୁ ଏଥର ହାଇ କମାଣ୍ଡଙ୍କ ଚର୍ଚ୍ଚା କରି ନାହାନ୍ତି । ଗେହଲୋଟ ନୂଆ ସ୍ଲୋଗାନ ଦେଇଛନ୍ତି ୧୫୬ ଆସନର । ମୁଖ୍ୟମନ୍ତ୍ରୀ ଏକଜୁଟ ହେବାର କଥା ବି କହିନ୍ତି । ଏହି କଥା ଓ କାମରେ ଟାଇମିଂ ଗୁରତ୍ୱପୂର୍ଣ୍ଣ ବୋଲି କୁହାଯାଉଛି ।

ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ୧୫୬ ଆସନରେ ବିଜୟୀ ହେବେ ବୋଲି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେତେବେଳେ ସେ ଅଧ୍ୟକ୍ଷ ଥିଲେ ସେତେବେଳେ ଭଲ କାମ ହେଉଥିଲା । ଗତଥର ଜନତାଙ୍କ ହୃଦୟରେ ଥିଲା କି ଗେହଲୋଟ ମୁଖ୍ୟମନ୍ତ୍ରୀ ହୁଅନ୍ତୁ । ୧୫୬ ଆସନରେ ବିଜୟୀ ହେବା କହି ଗେହଲୋଟ ବଡ ବାଜି ଲଗାଇଛନ୍ତି । ଏହାପଛରେ ଅନେକ ରାଜନୈତିକ କାରଣ ଥିବା କୁହାଯାଉଛି । ହେଲେ ଏହା ଏକ ପ୍ରକାର ନିର୍ବାଚନ ପୂର୍ବର ମାଷ୍ଟର ଷ୍ଟ୍ରୋକ ବୋଲି ବି କୁହାଯାଉଛି । ଆସନ ଜିତିବାର ନାରା ଭାଜପା ଦେଇ ଆସୁଛି । ହେଲେ ଏଥର ଗେହଲୋଟ ଖୋଲାଖୋଲି ଭାବେ ଏହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?