Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ଦୟାକରି ମୋ ପାଇଁ ବସୁନ୍ଧରା ରାଜେଙ୍କୁ ନ ଦିଆଯାଉ

ଜୟପୁର,୨୦।୧୦: ରାଜସ୍ଥାନ ବିଧାନସଭା ନିର୍ବାଚନ ଘୋଷଣା ପରେ ରାଜନୈତିକ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ତୀବ୍ର ହୋଇଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ଭାଜପାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆଙ୍କ ପକ୍ଷପାତିତା ନେଇ ଦଳକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ୨୦୧୮ରେ କଂଗ୍ରେସ ସରକାର ଗଠନ ପରେ ୨୦୨୦ରେ ଏହାକୁ ହଟାଇବାକୁ ଚେଷ୍ଟା କରାଯାଇଥିଲା, ଯାହାକୁ ବସୁନ୍ଧରା ରାଜେ ବିରୋଧ କରିଥିଲେ। ଏହି କାରଣରୁ ଭାଜପା ତାଙ୍କୁ ଅଲଗା କରୁଛି।
ଗେହଲଟ କହିଛନ୍ତି, ବସୁନ୍ଧରା ରାଜେଙ୍କୁ ନେଇ ଭାଜପାର ଆଭିମୁଖ୍ୟ ହେଉଛି ସେମାନଙ୍କର ଆଭ୍ୟନ୍ତରୀଣ ବିଷୟ କିନ୍ତୁ ମୁଁ କହିବାକୁ ଚାହେଁ ଯେ ଦୟାକରି ମୋ ପାଇଁ ବସୁନ୍ଧରାଙ୍କୁ ଦଣ୍ଡ ଦିଅନ୍ତୁ ନାହିଁ।
ଏହା ପଛରେ ଥିବା କାରଣ ସମ୍ପର୍କରେ ସେ କହିଛନ୍ତି, ଜୁଲାଇ ୨୦୨୦ରେ ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ (କଂଗ୍ରେସ ନେତା)ଙ୍କ ନେତୃତ୍ୱରେ ୨୨ ଜଣ ବିଧାୟକ ବିଦ୍ରୋହ ଆରମ୍ଭ କରିଥିଲେ। ତେବେ ପରିସ୍ଥିତିକୁ ନିୟନ୍ତ୍ରଣକୁ ନିଆଯାଇଥିଲା ଏବଂ ଶେଷରେ ବିଦ୍ରୋହୀ ବିଧାୟକମାନେ ସରକାରଙ୍କୁ ସମର୍ଥନ ଜାରି ରଖିଥିଲେ। ଏହି ବିଦ୍ରୋହ ଏବଂ ସରକାରକୁ ହଟାଇବା ପାଇଁ ଷଡଯନ୍ତ୍ର ଭାଜପା ବ୍ୟତୀତ ଅନ୍ୟ କେହି କରି ନ ଥିଲେ। କିନ୍ତୁ ରାଜ୍ୟର ଦଳର ଦୁଇ ବଡ ନେତା ବସୁନ୍ଧରା ରାଜେ ଏବଂ କୈଳାଶ ମେଘୱାଲ ସରକାରଙ୍କୁ ହଟାଇବାକୁ ସମର୍ଥନ କରି ନ ଥିଲେ। ସମ୍ଭବତଃ ଏହି କାରଣରୁ ବସୁନ୍ଧରା ରାଜେଙ୍କୁ ଦଳରୁ ଦୂରେଇ ରଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri