Posted inଜାତୀୟ

‘ସୋନିଆଙ୍କୁ ନୁହେଁ, କ’ଣ ନଡାଙ୍କୁ ଭେଟିବି’

ନୂଆଦିଲ୍ଲୀ,୨୪।୮: ୨୦୧୯ ଲୋକ ସଭା ନିର୍ବାଚନ ପରଠାରୁ କଂଗ୍ରେସ ଦଳର ପୂର୍ଣ୍ଣକାଳୀନ ସଭାପତି କିଏ ହେବ ସେନେଇ ଚର୍ଚ୍ଚା ଜାରି ରହିଛି। ସୋନିଆ ଗାନ୍ଧୀ କଂଗ୍ରେସର ସଭାପତି ରହିବେ ନା ଗାନ୍ଧୀ ପରିବାର ବାହାରେ ଥିବା କୌଣସି କଂଗ୍ରେସ ନେତା ଏହି ଦାୟିତ୍ୱ ଗ୍ରହଣ କରିବେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋନିଆ ଗାନ୍ଧୀ ଚିକିତ୍ସା ପାଇଁ ବିଦେଶ ଯିବା ପୂର୍ବରୁ କଂଗ୍ରେସର ବରିଷ୍ଠ ନେତା ତଥା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ଡାକି କଂଗ୍ରେସ ସଭାପତି ହେବାକୁ ଅନୁରୋଧ କରିଥିବା ମଧ୍ୟ ଅନୁମାନ କରାଯାଉଛି।
କଂଗ୍ରେସ ସଭାପତି ହେବା ଚର୍ଚ୍ଚାକୁ ନେଇ ଗେହଲୋଟ କହିଛନ୍ତି, ଅଗଷ୍ଟ ୨୮ରେ ସିଡବ୍ଲ୍ୟୁସିର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ କଂଗ୍ରେସ ସଭାପତି ପଦବୀ ଉପରେ ଆଲୋଚନା ହେବ।ପ୍ରତ୍ୟେକ କଂଗ୍ରେସ କର୍ମୀ ଚାହୁଁଛନ୍ତି ରାହୁଲ ଗାନ୍ଧୀ କଂଗ୍ରେସର ଦାୟିତ୍ୱ ନିଅନ୍ତୁ। କିନ୍ତୁ ସେ ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁନ୍ତି।
ସୋନିଆ ଗାନ୍ଧୀଙ୍କୁ କାହିଁକି ଭେଟିବାକୁ ଯାଇଥିଲେ ପ୍ରଶ୍ନରେ ଗେହଲୋଟ ଥଟ୍ଟା କରି କହିଛନ୍ତି ଯେ, ଯଦି ସେ ସୋନିଆ ଜୀଙ୍କୁ ଭେଟିବେ ନାହିଁ, ତେବେ ସେ କ’ଣ ଭାଜପା ଅଧ୍ୟକ୍ଷ ଜେପି ନଡାଙ୍କୁ ଭେଟିବି। ସୋନିଆ ଜୀ ଆମ ଦଳର ସଭାପତି। ତେଣୁ ସ୍ବାଭାବିକ ଯେ ମୁଁ ତାଙ୍କୁ କେବଳ ଭେଟିବି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri