Posted inଜାତୀୟ

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ?

ନୂଆଦିଲ୍ଲୀ,୨୯ ।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ତାଙ୍କ ବାସ ଭବନ ୧୦ ଜନପଥରେ ଭେଟିଥିଲେ । ଏହାଥିଲା ଏକ ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ୍‌କାର । ଏହାପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏକ ପ୍ରଶ୍ନରେ ଗେହଲୋଟ କହିଛନ୍ତି, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଆସନ କାହାର ତାହା ମୁଁ ନୁହେଁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସ୍ଥିର କରିବେ । ଏହାସହ ଗେହଲୋଟ ସ୍ପଷ୍ଟ କରିଛନ୍ତି କି ଏଭଳି ପରିସ୍ଥିତିରେ ସେ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଲଢିବେ ନାହିଁ ।
ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି, ମୁଁ ସୋନିଆ ଗାନ୍ଧୀଙ୍କ ସହ ସମ୍ପୂର୍ଣ୍ଣ ଭାବେ କଥା ହେବା ପରେ ତାଙ୍କୁ କ୍ଷମା ମାଗିଛି । ଗତ ୫୦ ବର୍ଷ ଧରି ଦଳର ଜଣେ ବିଶ୍ୱସ୍ତ ସିପାହୀ ଭାବେ କାମ କରିଛି । ସୋନିଆ ଗାନ୍ଧୀଙ୍କ ଆଶୀର୍ବାଦରୁ ତୃତୀୟ ଥର ମୁଖ୍ୟମନ୍ତ୍ରୀ ହୋଇଛି ।
ଗଣମାଧ୍ୟମ ସହ କଥା ହୋଇ ଗେହଲୋଟ କହିଛନ୍ତି, ଗୋଟିଏ ଧାଡିର ସଂକଳ୍ପ ଆମର ପରମ୍ପରା । ଦୁର୍ଭାଗ୍ୟଯୋଗୁ ଏମିତି ପରିସ୍ଥିତି ଉପୁଜିଲା ଯେ ପ୍ରସ୍ତାବ ପାସ ହୋଇ ପାରିଲା ନାହିଁ । ଏହା ମୋର ନୈତିକ ଦାୟିତ୍ୱ ଥିଲା ହେଲେ ମୁଖ୍ୟମନ୍ତ୍ରୀ ଥିବା ସତ୍ତ୍ୱେ ପ୍ରସ୍ତାବ ପାସ କରିପାରିଲି ନାହିଁ । ରାଜସ୍ଥାନର ଏହି ଘଟଣା ବାର୍ତ୍ତା ଦେଉଛି କି ମୁଁ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି । ଏହି ଘଟଣାକୁ ନେଇ ମୁଁ କଂଗ୍ରେସ ଅଧ୍ୟକ୍ଷଙ୍କୁ କ୍ଷମା ମାଗିଛି ।
ଏବେ ଗୋଟିଏ ପଟେ ସୋନିଆଙ୍କ ସହ ସାକ୍ଷାତ୍ ପରେ ଅଶୋକ ଗେହଲୋଟ ସାମାନ୍ୟ ଅସନ୍ତୁଷ୍ଟ ନଜର ଆସୁଥିବା ବେଳେ ଅନ୍ୟପଟେ ସଚ୍ଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ଦେଖିବାକୁ ଅରାଜି ଅଛନ୍ତି ଅଶୋକ ଓ ତାଙ୍କ ସମର୍ଥକ । ତେଣୁ ଏବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ଆରମ୍ଭ ହୋଇଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri