Posted inଜାତୀୟ

ରାଜସ୍ଥାନ କଂଗ୍ରେସ ସଙ୍କଟ: କପିଲଙ୍କ ପ୍ରଶ୍ନ, ଆମେ କେବେ ଜାଗି ଉଠିବୁ

ନୂଆଦିଲ୍ଲୀ,୧୨।୭: କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ରାଜସ୍ଥାନରେ କଂଗ୍ରେସ ସଙ୍କଟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ରାଜସ୍ଥାନ ମୁଖ୍ୟାମନ୍ତ୍ରୀ ଅଶୋକ ଗେହଲୋତ ରାଜ୍ୟରେ ଭାଜପା କଂଗ୍ରେସ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରୁଛି। ଭାଜପା ୧୦ରୁ ୧୫ କୋଟି ଟଙ୍କା ଦେଇ ରାଜସ୍ଥାନ କଂଗ୍ରେସ ଏବଂ ସ୍ବାାଧୀନ ବିଧାୟକଙ୍କୁ କିଣିବା ପ୍ରୟାସ କରୁଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହାପରେ ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଟୁଇଟ କରି କହିଛନ୍ତି ଯେ, ମୁଁ ମୋ ପାର୍ଟି ପାଇଁ ଚିନ୍ତିତ, ଘୋଡାମାନେ ଘୋଡାଶାଳ ଛାଡିବା ପରେ ଆମେ ଜାଗ୍ରତ ହେବା କି? ଏହି ଟୁଇଟରେ କପିଲ ସିବଲ କୌଣସି ରାଜ୍ୟର ଘଟଣା ବିଷୟରେ ଉଲ୍ଲେଖ କରିନାହାଁନ୍ତି, କିନ୍ତୁ କୁହାଯାଇଛି ଯେ ସିବଲ ରାଜସ୍ଥାନ ରାଜନୀତିରେ ହସ୍ତକ୍ଷେପ କରିବାକୁ କଂଗ୍ରେସ ହାଇକମାଣ୍ଡଙ୍କୁ କହିଛନ୍ତି।
ସୂଚନାଯୋଗ୍ୟ, ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋତ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମୁହାଁମୁହିଁ ହୋଇଛନ୍ତି। ଶନିବାର ଜୟପୁରରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସଚିନ ଯୋଗ ଦେଇ ନ ଥିଲେ। ସଚିନ ୧୦ ଜଣ ବିଧାୟକଙ୍କ ଦିଲ୍ଲୀରେ ଅଛନ୍ତି ବୋଲି କୁହାଯାଉଛି। ଏହି ବିଧାୟକମାନେ କଂଗ୍ରେସ ହାଇକମାଣ୍ଡଙ୍କୁ ଭେଟି ସେମାନଙ୍କ ସମସ୍ୟା ରଖିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri