Posted inଜାତୀୟ

ରାଜସ୍ଥାନରେ ଗେହଲଟ-ପାଇଲଟ ଏକାଠି ଲଢିବେ ନିର୍ବାଚନ: କଂଗ୍ରେସ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ସୋମବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ସହ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମାରାଥନ ବୈଠକ କରିଛନ୍ତି। ବୈଠକ ପରେ କଂଗ୍ରେସ କହିଛି, ଆସନ୍ତା ବିଧାନସଭା ନିର୍ବାଚନର ମିଳିତ ଭାବେ ଲଢିବାକୁ ଦୁଇ ନେତା ସହମତ ହୋଇଛନ୍ତି।

ଦଳର ସଂଗଠନର ସାଧାରଣ ସମ୍ପାଦକ କେ.ସି ଭେଣୁଗୋପାଲ କହିଛନ୍ତି, ଦଳର ପ୍ରସ୍ତାବରେ ଗେହଲଟ ଏବଂ ପାଇଲଟ ରାଜି ହୋଇଛନ୍ତି। ତେବେ କ’ଣ ସହମତ ହୋଇଛି ସେ ସମ୍ପର୍କରେ ସେ କୌଣସି ବିବରଣୀ ଦେଇନାହାଁନ୍ତି। ଖାର୍ଗେଙ୍କ ବାସଭବନରେ ଅନୁଷ୍ଠିତ ପ୍ରାୟ ଚାରି ଘଣ୍ଟିଆ ବୈଠକ ପାଇଁ ଗେହଲଟ ଏବଂ ପାଇଲଟ ଅଲଗା ଅଲଗା ସମୟରେ ପହଞ୍ଚିଥିଲେ। ଗେହଲଟ ସନ୍ଧ୍ୟା ପ୍ରାୟ ୬ଟା ବେଳେ ଖାର୍ଗେଙ୍କ ବାସଭବନକୁ ଆସିଥିଲେ ଏବଂ ପାଇଲଟ ପ୍ରାୟ ଦୁଇ ଘଣ୍ଟା ପରେ ସେଠାରେ ପହଞ୍ଚିଥିଲେ। କଂଗ୍ରେସ ସଂଗଠନର ସାଧାରଣ ସଚିବଙ୍କ ସହ ଗେହଲଟ ଏବଂ ପାଇଲଟ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ଦୀର୍ଘ ସମୟ ପରେ ଉଭୟ ନେତା ଗଣମାଧ୍ୟମ ସମ୍ମୁଖରେ ଏକାଠି ହୋଇଥିଲେ।

ବୈଠକ ପରେ ଭେଣୁଗୋପାଲ ଗଣମାଧ୍ୟମକୁ କହିଛନ୍ତି, ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ ପାଇଲଟଙ୍କ ସହ ମିତ୍ରତା କରିଛନ୍ତି। ଆମେ ନିଷ୍ପତ୍ତି ନେଇଛୁ ଯେ କଂଗ୍ରେସ ଏହି ନିର୍ବାଚନରେ ମିଳିତ ଭାବେ ଲଢିବେ। ଉଭୟ(ଗେହଲଟ ଏବଂ ପାଇଲଟ) ରାଜି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?