Posted inଜାତୀୟ

ରାଜସ୍ଥାନରେ ଗେହଲଟ-ପାଇଲଟ ଏକାଠି ଲଢିବେ ନିର୍ବାଚନ: କଂଗ୍ରେସ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ସୋମବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ସହ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମାରାଥନ ବୈଠକ କରିଛନ୍ତି। ବୈଠକ ପରେ କଂଗ୍ରେସ କହିଛି, ଆସନ୍ତା ବିଧାନସଭା ନିର୍ବାଚନର ମିଳିତ ଭାବେ ଲଢିବାକୁ ଦୁଇ ନେତା ସହମତ ହୋଇଛନ୍ତି।

ଦଳର ସଂଗଠନର ସାଧାରଣ ସମ୍ପାଦକ କେ.ସି ଭେଣୁଗୋପାଲ କହିଛନ୍ତି, ଦଳର ପ୍ରସ୍ତାବରେ ଗେହଲଟ ଏବଂ ପାଇଲଟ ରାଜି ହୋଇଛନ୍ତି। ତେବେ କ’ଣ ସହମତ ହୋଇଛି ସେ ସମ୍ପର୍କରେ ସେ କୌଣସି ବିବରଣୀ ଦେଇନାହାଁନ୍ତି। ଖାର୍ଗେଙ୍କ ବାସଭବନରେ ଅନୁଷ୍ଠିତ ପ୍ରାୟ ଚାରି ଘଣ୍ଟିଆ ବୈଠକ ପାଇଁ ଗେହଲଟ ଏବଂ ପାଇଲଟ ଅଲଗା ଅଲଗା ସମୟରେ ପହଞ୍ଚିଥିଲେ। ଗେହଲଟ ସନ୍ଧ୍ୟା ପ୍ରାୟ ୬ଟା ବେଳେ ଖାର୍ଗେଙ୍କ ବାସଭବନକୁ ଆସିଥିଲେ ଏବଂ ପାଇଲଟ ପ୍ରାୟ ଦୁଇ ଘଣ୍ଟା ପରେ ସେଠାରେ ପହଞ୍ଚିଥିଲେ। କଂଗ୍ରେସ ସଂଗଠନର ସାଧାରଣ ସଚିବଙ୍କ ସହ ଗେହଲଟ ଏବଂ ପାଇଲଟ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ଦୀର୍ଘ ସମୟ ପରେ ଉଭୟ ନେତା ଗଣମାଧ୍ୟମ ସମ୍ମୁଖରେ ଏକାଠି ହୋଇଥିଲେ।

ବୈଠକ ପରେ ଭେଣୁଗୋପାଲ ଗଣମାଧ୍ୟମକୁ କହିଛନ୍ତି, ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ ପାଇଲଟଙ୍କ ସହ ମିତ୍ରତା କରିଛନ୍ତି। ଆମେ ନିଷ୍ପତ୍ତି ନେଇଛୁ ଯେ କଂଗ୍ରେସ ଏହି ନିର୍ବାଚନରେ ମିଳିତ ଭାବେ ଲଢିବେ। ଉଭୟ(ଗେହଲଟ ଏବଂ ପାଇଲଟ) ରାଜି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri