Posted inଜାତୀୟ

ରାଜସ୍ଥାନରେ ଲଜ୍ଜା: ଚାରି ବର୍ଷର ନାବାଳିକାକୁ ବଳାତ୍କାର କଲେ ସବ୍-ଇନ୍ସପେକ୍ଟର, ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ନୂଆଦିଲ୍ଲୀ,୧୧।୧୧: ମଣିଷପଣିଆକୁ ଲଜ୍ଜାନ୍ବିତ କଲା ଭଳି ଏକ ଘଟଣା ରାଜସ୍ଥାନରୁ ସାମ୍ନାକୁ ଆସିଛି। ଜଣେ ସବ-ଇନ୍ସପେକ୍ଟର ଏକ ଚାରି ବର୍ଷର ଝିଅକୁ ଫୁସୁଲା ଫୁସୁଲି ନିଜ ରୁମକୁ ଡାକିଥିଲେ ପରେ ତାର ବଳାକ୍ତାର କରିଥିଲେ। ଘଟଣା ରାଜସ୍ଥାନର ଦୋଷାରେ ଘଟିଛି। ଏହି ଘଟଣା ପାଟଣା ଲଲସୋଟ୍ ଘଟିଛି ଅଞ୍ଚଳରେ ଘଟିଛି।

ଘଟଣାର ଖବର ମିଳିବା ପରେ ଅଭିଯୁକ୍ତ ଭପେନ୍ଦ୍ର ସିଂହକୁ ଗିରଫ କରି ପଚରାଉଚରା କରୁଛି ପୋଲିସ। ଏଏସପି ସିଂ କହିଛନ୍ତି ଯେ ନିକଟରେ ରହୁଥିବା ପରିବାରର ଅଭିଯୋଗକୁ ଭିତ୍ତି କରି ରାହୁବା ପୋଲିସ ଷ୍ଟେସନରେ ଭୁପେନ୍ଦ୍ର ନାମକ ଜଣେ ଏସଆଇଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୀଡିତାଙ୍କ ପରିବାର ଅଭିଯୁକ୍ତ ସବ-ଇନ୍ସପେକ୍ଟରଙ୍କୁ ବଳାତ୍କାର କରିଥିବା ଅଭିଯୋଗ କରିଛନ୍ତି। ନାବାଳିକାଙ୍କ ଡାକ୍ତରୀ ପରୀକ୍ଷା କରାଯାଉଛି। ଯେତେବେଳେ ସେ ଏହି ଘଟଣା କରିଥିଲେ ସେତେବେଳେ ଅଭିଯୁକ୍ତ ନିର୍ବାଚନ ଡ୍ୟୁଟିରେ ଥିଲେ। ତେବେ ପୋଲିସ ବର୍ତ୍ତମାନ ଅଭିଯୁକ୍ତକୁ ଗିରଫ କରିଛି।

ଖବର ପ୍ରସାରଣ ହେବା ପରେ ସ୍ଥାନୀୟ ଲୋକେ ବହୁ ମାତ୍ରାରେ ରାହୁୱା ପୋଲିସ ଷ୍ଟେସନ ନିକଟରେ ଏକତ୍ରିତ ହୋଇ ପୋଲିସ ବିରୋଧରେ ନାରାବାଜି କରିଥିଲେ। ପୋଲିସକୁ ହସ୍ତାନ୍ତର କରିବା ପୂର୍ବରୁ ସେମାନେ ଭୁପେନ୍ଦ୍ର ସିଂଙ୍କୁ ପ୍ରବଳ ପିଟିଥିଲେ।

ସେହିପରି ଘଟଣାସ୍ଥଳକୁ ଯାଇଥିବା ଭାଜପା ଏମପି କିରୋଡି ଲାଲ ମୀନା କହିଛନ୍ତି, “ଲାଲସୋଟର ଜଣେ ପୋଲିସ କର୍ମଚାରୀ ଜଣେ ଚାରି ବର୍ଷର ଦଳିତ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଲୋକଙ୍କ ମଧ୍ୟରେ ପ୍ରବଳ ଆକ୍ରୋଶ ରହିଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ମୁଁ ଘଟଣାସ୍ଥଳରେ ପହଞ୍ଚିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri