Posted inଜାତୀୟ

ପିଲାମାନେ ଅନ୍‌ଲାଇନରେ କ’ଣ କରୁଛନ୍ତି ଜାଣିବା ପାଇଁ ଏମିତି ନିଷ୍ପତ୍ତି ନେଲା ରାଜସ୍ଥାନ

ଜୟପୁର,୧୯।୯: ପିଲାମାନଙ୍କ ମଧ୍ୟରେ ଅନ୍‌ଲାଇନ ଗେମ୍‌ ନିଶା ବଢ଼ୁଥିବା ଚିନ୍ତାର କାରଣ ପାଲଟିଛି। ଏଭଳି ନିଶାରୁ ପିଲାମାନଙ୍କୁ ସୁରକ୍ଷା ଦେବା ଲାଗି ରାଜସ୍ଥାନ ସରକାର ମାତାପିତା ଓ ଶିକ୍ଷକମାନଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ରାଜ୍ୟର ସ୍କୁଲ୍‌ ଶିକ୍ଷା ପରିଷଦ ପକ୍ଷରୁ ଜାରି ଆଡଭାଇଜରି ଅନୁଯାୟୀ ପିଲାଙ୍କଠାରେ କୌଣସି ଅସ୍ବାଭାବିକ ହାବଭାବ ଦେଖିଲେ, ମାତାପିତା ଓ ଶିକ୍ଷକ ସେମାନଙ୍କ ଉପରେ ନଜର ରଖିବେ। ପିଲା ଅନ୍‌ଲାଇନରେ ବିଶେଷ କରି ସୋସିଆଲ ମିଡିଆରେ ଅଧିକ ସମୟ ଅତିବାହିତ କରୁଛି କି ନାହିଁ ତାହା ଉପରେ ଧ୍ୟାନ ଦେବାକୁ ହେବ। ଏଥିପାଇଁ ଘରେ ଇଣ୍ଟରନେଟ ଗେଟ୍‌ଓ୍ବେ ସ୍ଥାପନ କରିବାକୁ ପ୍ରସ୍ତାବ ଦିଆଯାଇଛି, ଯାହା ପିଲାମାନଙ୍କ ଇଣ୍ଟରନେଟ ବ୍ୟବହାର ଉପରେ ନଜର ରଖିବାରେ ସହାୟକ ହେବ। ପିଲାମାନେ କମ୍ପ୍ୟୁଟରରୁ ଇଣ୍ଟରନେଟ ବ୍ୟବହାର କରିବା ଉଚିତ ଏବଂ ଏହାକୁ ପରିବାରର ସମସ୍ତେ କାରବାର ହେଉଥିବା ସ୍ଥାନରେ ରଖାଯିବାକୁ ପରାମର୍ଶ ଦିଆଯାଇଛି। ପ୍ରଯୁକ୍ତି ଯୁଗରେ ଅନ୍‌ଲାଇନ ଗେମ୍‌ ପିଲାଙ୍କ ମଧ୍ୟରେ ବେଶ୍‌ ଲୋକପ୍ରିୟ ହୋଇଛି। ମହାମାରୀ ଯୋଗୁ ସ୍କୁଲ ବନ୍ଦ ରହିଥିବାରୁ ପିଲାଙ୍କ ମଧ୍ୟରେ ମୋବାଇଲ ଫୋନ୍‌ ଓ ଇଣ୍ଟରନେଟ ବ୍ୟବହାର ବଢ଼ିଛି। ଫଳରେ ସେମାନଙ୍କର ଅନ୍‌ଲାଇନ ଗେମ୍‌ ପ୍ରତି ଆଗ୍ରହ ଯଥେଷ୍ଟ ବଢ଼ିଥିବା କାଉନସିଲ୍‌ର ଉପକମିଶନର ସାନା ସିଦ୍ଦିକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri