Posted inଜାତୀୟ

ରାଜସ୍ଥାନରେ କମିବ ତୈଳ ଦର

ଯୋଧପୁର,୧୦।୧୧: ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର କମିବା ପରେ ରାଜସ୍ଥାନରେ ତୈଳ ଉପରୁ ଭ୍ୟାଟ ହ୍ରାସ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ଗତ ୩ ତାରିଖରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଯଥାକ୍ରମେ ୫ ଓ ୧୦ ଟଙ୍କା ଏକ୍ସସାଇଜ ଡ୍ୟୁଟି ଛାଡ଼ କରିଥିଲେ। ଏହାପରେ କଂଗ୍ରେସ ଶାସିତ ପଞ୍ଜାବ ସମେତ ବିଭିନ୍ନ ତୈଳ ଦର ହ୍ରାସ ପାଇବା ପରେ ସରକାରଙ୍କ ଉପରେ ଚାପ ବଢ଼ିଥିଲା। ଦିଲ୍ଲୀ, ହରିୟାଣା ଓ ରାଜସ୍ଥାନଠାରୁ ପଞ୍ଜାବରେ କମ୍‌ ଦରରେ ତୈଳ ମିଳୁଥିବା ଏକ ବିଜ୍ଞାପନରେ ପଞ୍ଜାବ ସରକାର ଦାବି କରିବା ପରେ ଘନେଇଥିଲା ବିବାଦ।

ଯୋଧପୁର ଗ୍ରାମରେ ଆୟୋଜିତ ଇଭେଣ୍ଟରେ ଯୋଗଦେଇ ଗେହଲଟ କହିଛନ୍ତି, ରାଜ୍ୟବାସୀଙ୍କୁ ଆରାମ ଦେବା ପାଇଁ ଆମେ ମଧ୍ୟ ପେଟ୍ରୋଲ ଓ ଡିଜେଲ ଉପରୁ ଭ୍ୟାଟ ହ୍ରାସ କରିବୁ। ଯଦି ସରକାର ଏକ୍ସସାଇଜ୍‌ ଡ୍ୟୁଟି ହ୍ରାସ କରୁଛନ୍ତି, ତେବେ ସିଧାସଳକ ରାଜ୍ୟରେ ମଧ୍ୟ ଭ୍ୟାଟ ବାବଦକୁ ପେଟ୍ରୋଲ ଉପରେ ୩.୪୦ ଟଙ୍କା ଓ ପେଟ୍ରୋଲ ଉପରେ ୩.୯୦ ଟଙ୍କା କମିବ। ଫଳରେ ରାଜସ୍ଥାନ ସରକାରଙ୍କୁ ୩,୫୦୦ କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିବ। ତୈଳ ଭଳି ଆବଶ୍ୟକୀୟ ସାମଗ୍ରୀ ଉପରେ ଅତ୍ୟଧିକ ଟ୍ୟାକ୍ସ ଲଗାଇ ସାଧାରଣ ନାଗରିକଙ୍କୁ ଲୁଟିଛନ୍ତି। ଏବେ ସେମାନେ ସାମାନ୍ୟ ଆରାମ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri