Posted inଜାତୀୟ

ରାହୁଲଙ୍କ ନିଦ ହଜାଇଲାଣି ପାଇଲଟଙ୍କ ‘ଟାଇମ୍‌ ବମ୍‌’

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନ ରାଜନୀତି ବେଳକୁ ବେଳ ନୂଆ ମୋଡ ନେଉଛି। ପ୍ରାୟ ଗୋଟିଏ ଦିନ ହେବ କଂଗ୍ରେସର ବଡ଼ ବଡ଼ ନେତା ରାଜସ୍ଥାନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ବୁଝାଇ ଚାଲିଥିବା ବେଳେ ଫଳ କିନ୍ତୁ କିଛି ବାହାରୁ ନାହିଁ। ବରିଷ୍ଠ ନେତାମାନେ ଚାହୁଁଛନ୍ତି ରାଜସ୍ଥାନର ଅଶୋକ ଗେହଲଟ ସରକାରଙ୍କ ଉପରେ ଯେମିତି କିଛି ବିପଦ ନ ଆସୁ। ହେଲେ ଅନ୍ୟପଟେ ସଚିନ ପାଇଲଟଙ୍କ ସମୟ ଅତିବାହିତ କରିବା ବାଗି ବିଧାୟକଙ୍କ ତାଲିକାକୁ ଲମ୍ବା କରିପାରେ ବୋଲି ଅନୁମାନ କରାଯାଉଛି। ଯଦିଓ ପାଇଲଟଙ୍କ ପାଖରେ ସଂଖ୍ୟା ଗରିଷ୍ଠତା ନାହିଁ ତଥାପି ସେ ଭାରତୀୟ ଜନତା ପାର୍ଟି(ଭାଜପା)ର ସହାୟତାରେ ଗେହଲଟ ସରକାରଙ୍କ ପାଇଁ ସଙ୍କଟ ସୃଷ୍ଟି କରିପାରନ୍ତି। ତେବେ ବରିଷ୍ଠ ବିଧାୟକ ହେମରାଜ ଚୌଧୁରି କହିଛନ୍ତି ପାଇଲଟ ଭାଜପା ସହ ମିଶିବାର କୌଣସି ଗନ୍ଧ ବାରି ହେଉନାହିଁ। ତେଣୁ ରାଜ୍ୟରେ ଗେହଲଟ ସରକାରଙ୍କ ପ୍ରତି କୌଣସି ବିପଦ ନାହିଁ। ଅନ୍ୟପଟେ ପାଇଲଟଙ୍କୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଚିଦାମ୍ବରମ, ବେଣୁଗୋପାଳ ଆଦି ବୁଝାସୁଝା କରିଥିବା ବେଳେ ଫଳ କିନ୍ତୁ ଶୂନ୍ୟ ହୋଇଥିବା ପ୍ରକାଶ। ପାଇଲଟଙ୍କୁ ଜୟପୁର ଆସିବାକୁ କୁହାଯାଇଥିବା ବେଳେ ସେ କିନ୍ତୁ ତାଙ୍କ କଥାରେ ଅଟଳ ବୋଲି କହିଛନ୍ତି। ତେଣୁ ପାଇଲଟ ଯେ ଭାଜପାରେ ମିଶିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ପାରୁନାହିଁ। ଅନ୍ୟପଟେ ପାଇଲଟଙ୍କ ‘ଟାଇମ ବମ୍‌’ ଏବେ କଂଗ୍ରେସ ଦଳ ତଥା ନେତା ରାହୁଲ ଗାନ୍ଧୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri