କରୋନା ସଂକ୍ରମଣ ରୋକିବାକୁ ପୁଣି କଠୋର ହେଲେ ରାଜସ୍ଥାନ ସରକାର

ଜୟପୁର,୨୦ ।୯: କରୋନା ସଂକ୍ରମଣ ଦେଶରେ କମ୍ ହେବା ପରିବର୍ତ୍ତେ ବଢିବାରେ ଲାଗିଛି । ରାଜସ୍ଥାନ ସରକାର ଏହାକୁ ଦେଖି ୧୧ ଜିଲା ମୁଖ୍ୟାଳୟରେ ସର୍ବସାଧାରଣ ସ୍ଥାନରେ ୧୪୪ ଧାରା ଜାରି କରିଛନ୍ତି । ଏହା ବ୍ୟତୀତ କୌଣସି ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହୋଇ ପାରିବେ ନାହିଁ ବୋଲି ସରକାର କହିଛନ୍ତି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜୟପୁର, ଯୋଧପୁର, କୋଟା, ଅଜମେର, ଅଲବର, ଭିଲୱାଡା, ବିକାନେର, ଉଦୟପୁର, ସିକର, ପାଲି ଓ ନଗୌର ଜିଲା ମୁଖ୍ୟାଳୟର ସହରରେ ୧୪୪ ଧାରା ଜାରି କରାଯାଇଛି । ସେହିପରି ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଓ ସମାଜିକ ଦୂରତାକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ଅନ୍ୟପଟେ ଅକ୍ଟୋବର ୩୧ ପର୍ଯ୍ୟନ୍ତ କୌଣସି ସାମାଜିକ ବା ଧାର୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । କେବଳ ଅନ୍ତିମ ସଂସ୍କାର ସମୟରେ ୨୦ ଜଣ ଓ ବିବାହ କାର୍ଯ୍ୟରେ ୫୦ ଜଣ ଯୋଗ ଦେଇପାରିବାକୁ ଅନୁମତି ପ୍ରଦାନ କରାଯାଇଛି । ଏଥିପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ନେବା ଜରୁରୀ । ତେବେ କରୋନା ଚିକିତ୍ସା ପାଇଁ ରାଜ୍ୟରେ ଯଥେଷ୍ଟ ପରିମାଣରେ ସୁବିଧା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯେଉଁମାନେ ଏହାକୁ ନେଇ ଭୁଲ୍ କଥା କହୁଛନ୍ତି ତାହା ଅତି ଦୁର୍ଭାଗ୍ୟଜନକ ।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri