କରୋନା ସଂକ୍ରମଣ ରୋକିବାକୁ ପୁଣି କଠୋର ହେଲେ ରାଜସ୍ଥାନ ସରକାର

ଜୟପୁର,୨୦ ।୯: କରୋନା ସଂକ୍ରମଣ ଦେଶରେ କମ୍ ହେବା ପରିବର୍ତ୍ତେ ବଢିବାରେ ଲାଗିଛି । ରାଜସ୍ଥାନ ସରକାର ଏହାକୁ ଦେଖି ୧୧ ଜିଲା ମୁଖ୍ୟାଳୟରେ ସର୍ବସାଧାରଣ ସ୍ଥାନରେ ୧୪୪ ଧାରା ଜାରି କରିଛନ୍ତି । ଏହା ବ୍ୟତୀତ କୌଣସି ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହୋଇ ପାରିବେ ନାହିଁ ବୋଲି ସରକାର କହିଛନ୍ତି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜୟପୁର, ଯୋଧପୁର, କୋଟା, ଅଜମେର, ଅଲବର, ଭିଲୱାଡା, ବିକାନେର, ଉଦୟପୁର, ସିକର, ପାଲି ଓ ନଗୌର ଜିଲା ମୁଖ୍ୟାଳୟର ସହରରେ ୧୪୪ ଧାରା ଜାରି କରାଯାଇଛି । ସେହିପରି ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଓ ସମାଜିକ ଦୂରତାକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ଅନ୍ୟପଟେ ଅକ୍ଟୋବର ୩୧ ପର୍ଯ୍ୟନ୍ତ କୌଣସି ସାମାଜିକ ବା ଧାର୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । କେବଳ ଅନ୍ତିମ ସଂସ୍କାର ସମୟରେ ୨୦ ଜଣ ଓ ବିବାହ କାର୍ଯ୍ୟରେ ୫୦ ଜଣ ଯୋଗ ଦେଇପାରିବାକୁ ଅନୁମତି ପ୍ରଦାନ କରାଯାଇଛି । ଏଥିପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ନେବା ଜରୁରୀ । ତେବେ କରୋନା ଚିକିତ୍ସା ପାଇଁ ରାଜ୍ୟରେ ଯଥେଷ୍ଟ ପରିମାଣରେ ସୁବିଧା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯେଉଁମାନେ ଏହାକୁ ନେଇ ଭୁଲ୍ କଥା କହୁଛନ୍ତି ତାହା ଅତି ଦୁର୍ଭାଗ୍ୟଜନକ ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?