Posted inଜାତୀୟ

ରାହୁଲଙ୍କୁ ‘ରାବଣ’ ଦର୍ଶାଇ ଫସିଲା ଭାଜପା! ଜୟପୁରରେ ଜେପି ନଡ୍ଡାଙ୍କ ବିରୋଧରେ ମାମଲା ରୁଜୁ

ଜୟପୁର,୬।୧୦: ଭାଜପାର ଆଧିକାରୀକ ଟୁଇଟର ହ୍ୟାଣ୍ଡେଲରୁ ରାହୁଲ ଗାନ୍ଧୀଙ୍କୁ ‘ରାବଣ’ ଦର୍ଶାଇ ଏକ ପୋଷ୍ଟର ଶେୟାର କରାଯାଇଥିଲା। ଏହାକୁ ନେଇ ବିରୋଧୀ ଦଳ ଭାଜପାକୁ ଟାର୍ଗେଟ କରୁଥିବା ବେଳେ ରାଜସ୍ଥାନର ରାଜଧାନୀ ଜୟପୁରରେ ଦଳ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ‘ରାବଣ’ ପୋଷ୍ଟର ଉପରେ ଆପତ୍ତି ଦର୍ଶାଇ ଜୟପୁରର ଓକିଲ ଜସୱନ୍ତ ଗୁରୁଜର ଏହି ଅଭିଯୋଗ କରିଛନ୍ତି।

ଅପରପକ୍ଷେ ଭାଜପା ଟୁଇଟର ହ୍ୟାଣ୍ଡେଲରୁ ପ୍ରସ୍ତୁତ ଏହି ପୋଷ୍ଟକୁ ଦେଖି ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଟୁଇଟ୍‌ କରିଛନ୍ତି। ପ୍ରିୟଙ୍କା ଲେଖିଛନ୍ତି, ଆପଣ ରାଜନୀତି ଏବଂ ବିତର୍କକୁ କେଉଁ ସ୍ତରରେ କେତେ ତଳକୁ ନେଇଯିବାକୁ ଚାହୁଁଛନ୍ତି? ଆପଣଙ୍କ ଦଳର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ଦ୍ୱାରା କରାଯାଉଥିବା ହିଂସାତ୍ମକ ଏବଂ ଉତ୍ତେଜନାମୂଳକ ଟୁଇଟ ସହିତ ଆପଣ ସହମତ କି? ବୋଲି ସେ ଲେଖିଛନ୍ତି।

ପ୍ରକାଶ ଯେ, ୨୦୨୪ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ-ବିରୋଧୀ ଦଳ ମଧ୍ୟରେ ପୋଷ୍ଟର ଓ୍ବାର(ଆକ୍ରମଣ) ବୃଦ୍ଧି ପାଇଛି। ସୋସିଆଲ ମିଡିଆରୁ ଏହା ପ୍ରଥମେ ଆରମ୍ଭ ହୋଇ ପରସ୍ପର ବିରୋଧରେ କଟାକ୍ଷରେ ପହଞ୍ଚୁଛି। ଏହି କ୍ରମରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହାଙ୍କ ଏକ ଫଟୋ ପୋଷ୍ଟ କରି ‘ସବୁଠାରୁ ବଡ଼ ମିଛୁଆ’ ଏବଂ ‘ଜୁମ୍‌ଲା ବଏ’ ବୋଲି ଲେଖାଯାଇଥିଲା। ଏହାର ଗୋଟିଏ ଦିନ ପରେ ଭାଜପା ରାହୁଲ ଗାନ୍ଧୀଙ୍କୁ ରାବଣ ସଜାଇ ତାଙ୍କର ଏକ ପୋଷ୍ଟର ଶେୟାର କରିଛି। ଉକ୍ତ ପୋଷ୍ଟରକୁ ନେଇ ଭାଜପା ଉପରେ କଂଗ୍ରେସ ଖପ୍ପା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri