‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦ, ଲାଗିଲା ୧୪୪ ଧାରା

କୋଟା,୨୨ ।୩: ରାଜସ୍ଥାନର କୋଟାରେ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ବିବାଦ ମୁଣ୍ଡ ଟେକିଛି । ଯାହା ଫଳରେ କୋଟା ସହରରେ ୨୨ ମାର୍ଚ୍ଚରୁ ୨୧ ଏପ୍ରିଲ ପର୍ଯ୍ୟନ୍ତ ଧାରା ୧୪୪ ଜାରି କରାଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାକୁ ଏଭଳି କରାଯାଇଛି । ଆଗକୁ ବିଭିନ୍ନ ପ୍ରକାର ସାଂପ୍ରଦାୟିକ ପର୍ବ ଆସୁଥିବାରୁ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ବଜାୟ ରଖିବାକୁ କୋଟାରେ ୧୪୪ ଧାରା ଜାରି କରାଯାଇଥିବା କୁହାଯାଇଛି । ଆଗକୁ ଚେଟିଚଣ୍ଡ, ମହାବୀର ଜୟନ୍ତି, ଗୁଡ ଫ୍ରାଇଡେ, ଜୁମାତୁଲ ୱିଦା, ବୈଶାଖୀ ଆଦି ପର୍ବ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।
‘ଦ କଶ୍ମୀର ଫାଇଲ୍ସ’ର ସ୍କ୍ରିନିଂ ସହ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ କୋଟା ଜିଲାପାଳ ଓ ମାଜିଷ୍ଟ୍ରେଟଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ୧୪୪ ଧାରାକୁ ନେଇ ଫିଲ୍ମର ନିର୍ଦ୍ଦେଶକ ବିବେକ ରଞ୍ଜନ ଅଗ୍ନିହୋତ୍ରୀ କଡା ବିରୋଧ କରିବା ସହ ଏହାକୁ ନେଇ ସେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଚିଠି ଲେଖିଛନ୍ତି । ନିର୍ଦ୍ଦେଶକ କହିଛନ୍ତି ଆତଙ୍କବାଦୀଙ୍କର ଗୋଟିଏ କାମ ସେ ଭୟଭୀତ କରିବେ ଓ ଆମେ ଡରିଯିବୁ । ଯଦି ରାଜ୍ୟରେ ଫିଲ୍ମକୁ ନେଇ ଏତେ କଟକଣା ତେବେ ଆମେ କି ନ୍ୟାୟ ଆଶା କରିବୁ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?