Posted inଜାତୀୟ

ରାଜସ୍ଥାନ ହସ୍ପିଟାଲରେ ମୂଷା ଖାଇଗଲା ମହିଳାଙ୍କ ଆଖି

କୋଟା,୧୮ ।୫: ରାଜସ୍ଥାନ କୋଟାରୁ ଏମିତି ଏକ ଖବର ସାମ୍ନକୁ ଆସିଛି ଯାହା ସମସ୍ତଙ୍କୁ ଚମକାଇ ଦେଇଛି । ଏହାସହ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସେବା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । କୋଟାର ଏମବିଏସ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କ ଆଖିକୁ ମୂଷା ଖାଇଯାଇଛି । ଫଳରେ ମହିଳାଙ୍କ ଆଖିପତା ଦୁଇଖଣ୍ଡ ହୋଇଯାଇଥିବା ଅଭିଯୋଗ ହୋଇଛି । ମହିଳାଙ୍କ ସ୍ୱାମୀ ଦେବେନ୍ଦ୍ର ସିଂ ଭାଟି ଅଭିଯୋଗ କରିଛନ୍ତି କି ତାଙ୍କ ପତ୍ନୀ ରୂପମତି ପକ୍ଷାଘାତରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କର ବେକଠାରୁ ତଳକୁ କୌଣସି ଅଙ୍ଗ କାମ କରୁନାହିଁ । ସେ ଚିକିତ୍ସା ପାଇଁ ଏମବିଏସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ହେଲେ ଗତ ରାତିରେ ସେ ଶୋଇଥିବା ବେଳେ ମୂଷା ଆସି ତାଙ୍କ ଆଖିକୁ କାମୁଡିବାରେ ଲାଗିଛି । ଏହାପରେ ରୂପମତି କେବଳ ବେକ ହଲାଇବାରୁ ମୂଷାଟି ଚାଲିଯାଇଛି । ହେଲେ ସେତେବେଳକୁ ତାଙ୍କ ଆଖିପତା ଦୁଇଖଣ୍ଡ ହୋଇଯାଇଥିବା ଦେବେନ୍ଦ୍ର ଅଭିଯୋଗ କରିଛନ୍ତି । ଏହା ଜଣାପଡିବା ପରେ ତୁରନ୍ତ ନର୍ସିଂ ଷ୍ଟାପ ପହଞ୍ଚିବା ସହ ଆଖି ଡାକ୍ତରଙ୍କୁ ଡାକି ରୂପମତିଙ୍କ ଆଖିପତାକୁ ଷ୍ଟିଚ କରାଯାଇଛି । ହେଲେ ମୂଷାଙ୍କ ଉପଦ୍ରବକୁ ଦେଖି ଅନ୍ୟ ରୋଗୀମାନେ ଭୟଭିତ ହୋଇଯାଇଛନ୍ତି । ଏବେ ଏହାକୁ ନେଇ ଗେହେଲଟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?