Posted inଜାତୀୟ

ଗଛରେ ବାନ୍ଧି ପିଟିଲେ, ପରିସ୍ରା ପିଆଇଲେ: ଯୁବତୀଙ୍କୁ ଦେଖା କରିବାକୁ ଯାଇ ଧରାପଡ଼ିଥିଲେ ଯୁବକ

ଯୋଧପୁର, ୮।୨: ରାଜସ୍ଥାନ ଜାଲୋର ଜିଲାରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ସହ ତାଙ୍କୁ ଜବରଦସ୍ତ ପରିସ୍ରା ପିଆଯାଇଥିବା ଘଟଣା ସାମ୍ନାକୁ ଆସିଛି। ଯୁବକ ଜଣକ ରବିବାର ରାତିରେ ସେହି ଗ୍ରାମର ଜଣେ ଯୁବତୀଙ୍କୁ ଦେଖା କରିବାକୁ ଆସିଥିଲେ। ଯୁବତୀଙ୍କ ପରିବାର ଲୋକ ଏ କଥା ଜାଣିପାରି ଆଉ କେତେଜଣ ଗ୍ରାମବାସୀଙ୍କ ସହାୟତାରେ ଯୁବକଙ୍କୁ ଏକ ଗଛରେ ବାନ୍ଧି ଦେଇଥିଲେ। ଉତ୍ତ୍ୟକ୍ତ ଲୋକେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଘଟଣାର ସୂଚନା ପାଇଁ ଯୁବକଙ୍କ ପରିବାର ଲୋକ ସେଠାରେ ପହଞ୍ଚିଥିଲେ। ଗ୍ରାମବାସୀ ଉକ୍ତ ଯୁବକଙ୍କୁ ଜବରଦସ୍ତ ପରିସ୍ରା ପିଆଇବା ପରେ ତାଙ୍କୁ ଛାଡ଼ିଦେଇଥିଲେ। ତେବେ ଉକ୍ତ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ମଙ୍ଗଳବାର ପୋଲିସ ୬ ଜଣ ଯୁବକଙ୍କୁ ଅଟକ ରଖିଥିବା ଚାଲୋର ଏସ୍‌ିପି କହିଛନ୍ତି। ଅନ୍ୟପକ୍ଷେ ଯୁବତୀଜଣକ ସମ୍ପୃକ୍ତ ଯୁବକଙ୍କ ବିରୋଧରେ ପୋକ୍‌ସୋ ଆକ୍ଟ ଅନ୍ତର୍ଗତ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri